୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

0

କଟକ: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର,ଆନ୍ଧ୍ର ଉପକୂଳ,ଦକ୍ଷିଣ ଓଡିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନାଗିରି, ସୁବର୍ଣ୍ଣପୁରର ଉଲୁଣ୍ଡା ଏବଂ ନୟାଗଡର ଗଣିଆଠାରେ ସର୍ବାଧିକ ୬ସେମି ଲେଖାଁଏ ବର୍ଷା ରେକର୍ଡ କରାଯାଇଛି।

prayash

ମଙ୍ଗଳବାର ରାଜ୍ୟର ଅନେକ ସ୍ଥାନରେ ଘଡଘଡି ସାଙ୍ଗକୁ ବର୍ଷାର ସମ୍ଭାବନା ରହିଛି। ତେବେ ମାଲକାନାଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବା ସହିତ ଘଣ୍ଟାପ୍ରତି ୩୫ରୁ ୪୫ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ଅନ୍ୟ ପକ୍ଷରେ ଆସନ୍ତା ୫ଠାରୁ ରାଜ୍ୟ ବର୍ଷାର ପ୍ରକୋପ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

kalyan agarbati
Leave A Reply