www.samajalive.in
Tuesday, December 9, 2025
16.1 C
Bhubaneswar

ପ୍ଲାଜ୍‌ମା ଦାନକୁ ଉତ୍ସାହିତ କରିବେ ମନ୍ତ୍ରୀ: ୩୦ ଜିଲା ନିମନ୍ତେ ୨୦ ମନ୍ତ୍ରୀଙ୍କୁ ଦାୟିତ୍ବ ଦେଲେ ନବୀନ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଅପରପକ୍ଷରେ ଓଡ଼ିଶାରେ ଅନ୍ୟ ରାଜ୍ୟ ତୁଳନାରେ ଆରୋଗ୍ୟ ହାର ଅଧିକ ରହିଛି। କରୋନା ଆରୋଗ୍ୟଙ୍କ ପ୍ଲାଜ୍‌ମା ଦାନ ଦ୍ବାରା ଜଣେ ଗୁରୁତର କରୋନା ଆକ୍ରାନ୍ତ ରୋଗୀ ସୁସ୍ଥ ହୋଇପାରୁଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦକ୍ଷେପ ନେଇଛନ୍ତି।
ଗୁରୁତର କୋଭିଡ୍‍ ରୋଗୀଙ୍କ ଚିକିତ୍ସାରେ ପ୍ଲାଜ୍‍ମା ଥେରାପିର ମହତ୍ୱପୂର୍ଣ୍ଣ ଭୂମିକାକୁ ଦୃଷ୍‍ଟିରେ ରଖି ପ୍ଲାଜ୍‍ମା ଦାନକୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମନ୍ତ୍ରୀମଣ୍ଡଳର ସଦସ୍ୟମାନଙ୍କୁ ବିଭିନ୍ନ ଜିଲାର ଦାୟିତ୍ୱ ଦେଇଛନ୍ତି। ମନ୍ତ୍ରୀମାନେ ସେମାନଙ୍କୁ ଦାୟିତ୍ୱ ଦିଆଯାଇଥିବା ଜିଲା ଗସ୍ତ କରି ଆରୋଗ୍ୟ ଲାଭ କରିଥିବା କୋଭିଡ୍‍ ରୋଗୀମାନଙ୍କ ସହିତ ଯୋଗାଯୋଗ ରଖି ସେମାନଙ୍କୁ ପ୍ଲାଜ୍‍ମା ଦାନ ପାଇଁ ଉତ୍ସାହିତ କରିବେ ଏବଂ ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା ମଧ୍ୟ କରିବେ। ନିୟମିତ ବ୍ୟବଧାନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ଲାଜ୍‍ମା ଦାନର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ ବୋଲି କହିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ ଅନୁଯାୟୀ ମନ୍ତ୍ରୀ ନିରଞ୍ଜନ ପୁଜାରୀଙ୍କୁ ପୁରୀ ଜିଲାର ଦାୟିତ୍ୱ ଦିଆଯାଇଥିବାବେଳେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ କନ୍ଧମାଳ ଓ ଗଞ୍ଜାମ ଜିଲାର ଦାୟିତ୍ୱ ଦିଆଯାଇଛି। ସେହିପରି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କୁ ବରଗଡ଼, ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ଭଦ୍ରକ ଓ କେନ୍ଦ୍ରାପଡ଼ା, ପଦ୍ମନାଭ ବେହେରାଙ୍କୁ ଝାରସୁଗୁଡ଼ା ଓ ବୌଦ୍ଧ, ପ୍ରତାପ ଜେନାଙ୍କୁ ମୟୂରଭଞ୍ଜ ଓ କଟକ, ଅରୁଣ କୁମାର ସାହୁଙ୍କୁ ନୟାଗଡ଼ ଓ ଖୋର୍ଦ୍ଧା, ସୁଦାମ ମାର୍ଣ୍ଡୀଙ୍କୁ ସୋନପୁର, ସୁଶାନ୍ତ ସିଂହଙ୍କୁ ବଲାଙ୍ଗିର ଓ ସମ୍ବଲପୁର, ନବକିଶୋର ଦାସଙ୍କୁ କଳାହାଣ୍ଡି ଓ ନୂଆପଡ଼ା, ଟୁକୁନି ସାହୁଙ୍କୁ ଦେବଗଡ଼ ଓ ସୁନ୍ଦରଗଡ଼, ଜଗନ୍ନାଥ ସାରକାଙ୍କୁ ଗଜପତି ଓ କୋରାପୁଟ, ଦିବ୍ୟଶଙ୍କର ମିଶ୍ରଙ୍କୁ ଢେଙ୍କାନାଳ, ଅଶୋକଚନ୍ଦ୍ର ପଣ୍ଡାଙ୍କୁ ଅନୁଗୁଳ, ସମୀର ରଞ୍ଜନ ଦାଶଙ୍କୁ ଯାଜପୁର, ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ବାଲେଶ୍ୱର, ପ୍ରୋମାନନ୍ଦ ନାୟକଙ୍କୁ କେଉଁଝର, ରଘୁନା ରଘୁନନ୍ଦନ ଦାସଙ୍କୁ ନବରଙ୍ଗପୁର ଓ ଜଗତସିଂହପୁର, ପଦ୍ମିନୀ ଦିଆନଙ୍କୁ ରାୟଗଡ଼ା ଏବଂ ତୁଷାରକାନ୍ତି ବେହେରାଙ୍କୁ ମାଲକାନଗିରି ଦାୟିତ୍ୱ ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories