www.samajalive.in
Saturday, December 6, 2025
23.1 C
Bhubaneswar

ଶନିବାର ରାଶିଫଳ (୨୫/ ୦୭/୨୦୨୦ )

ମେଷ: ତରବର ନ ହୋଇ ଅପେକ୍ଷା କଲେ ସୁଫଳ ପାଇବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁ ବିଜୟୀ ହେବା ଆଶା କରାଯାଏ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଆସ୍ଥା ଭାଜନ ହେବେ।

ବୃଷ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବିଭିନ୍ନ ଦିଗରୁ ଧନ ଆସିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ଲଟେରି ଜିଣି ପାରନ୍ତି।

- Advertisement -

ମିଥୁନ: ଅନ୍ୟାୟର ପ୍ରତିରୋଧ କରିପାରନ୍ତି। ଦାନଶୀଳ ହେବେ। ଉଦାର ସ୍ବଭାବର ହେବେ। ବ୍ୟକ୍ତିତ୍ବ ବିକଶିତ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବା ଆଶା କରାଯାଏ।

କର୍କଟ: ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। ଭଗବତ୍‌ ପ୍ରେମୀ ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର-ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ। କୃତୀ ପ୍ରତିଯୋଗୀ ହେବେ।

ସିଂହ: ପରୋପକାରୀ ହେବେ। ସାମାଜିକ ଆଦର ମିଳିବ। ଭାଗ୍ୟଶାଳୀ ହୋଇପାରନ୍ତି। ଆଶାବାଦୀ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ ଓ ସହନଶୀଳ ହେବେ। ବିଦ୍ବାନ୍‌ ହୋଇପାରନ୍ତି। ମିତ୍ର ସୁଖ ମିଳିବ। ବ୍ୟବସାୟ ଲାଭଯୁକ୍ତ ହେବ।

କନ୍ୟା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବାର ସୂଚନା ମିଳୁଛି। ଚକ୍ଷୁ ପ୍ରତି ଯତ୍ନବାନ୍‌ ହେବେ। ସୁଖ ମିଳିବ।

ତୁଳା: କର୍ମଚଞ୍ଚଳ ରହିବେ। ସମୟେ ସମୟେ ଏକାନ୍ତରେ ରହିବାକୁ ଉଚିତ୍‌ ମନେ କରିବେ। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିବାରେ ସକ୍ଷମ ହେବେ। ରାଜଯୋଗ ଅଛି। ଖର୍ଚ୍ଚ ପରିମାଣ ବୃଦ୍ଧି ଘଟିପାରେ।

ବିଛା: କାର୍ଯ୍ୟ ସହଜ ଓ ହାଲୁକା ହେବ। ଆୟ ଉତ୍ତମ ଧରଣର ହେବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। କର୍ମଚଞ୍ଚଳ ରହିବେ। ବିଭାଗୀୟ ସ୍ତରରେ ସମ୍ମାନିତ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କରିତ୍‌କର୍ମା ହେବେ।

ଧନୁ: ଏକ ମହାନ୍‌ କାର୍ଯ୍ୟରେ ସଫଳ ହେବେ। ଆୟ ଆଶାନୁରୂପ ହେବ। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ , ନିରାମୟ ରହିବେ। ଦୟାଳୁ ପ୍ରକୃତିର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି।

ମକର: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ ଦିନଟି ଅତିବାହିତ ହୋଇପାରେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କୁମ୍ଭ: ଅନ୍ୟ ଉପରେ ନିର୍ଭରଶୀଳ ନ ହୋଇ ନିଜ ବୁଦ୍ଧିବଳରେ କାର୍ଯ୍ୟ ସମ୍ପାଦନ କରିବେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ନିତ୍ୟାନନ୍ଦ ଭୋଗ କରିବେ। ମାତ୍ର ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

ମୀନ: ଶତ୍ରୁ ଦମନରେ କୃତକାର୍ଯ୍ୟ ହେବେ। ବ୍ୟବସାୟ ଲାଭଜନକ ହେବ। ମନରେ ସେବାଭାବ ଉଦ୍ରେକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବନ୍ଧୁଙ୍କ ସହାୟତା ପାଇ ଅସାଧ୍ୟ ସାଧନ କରିବେ।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories