www.samajalive.in
Monday, December 8, 2025
13.1 C
Bhubaneswar

ଓଡ଼ିଆ ଅଭିନେତ୍ରୀ ଦୀପା ସାହୁଙ୍କ ପରଲୋକ

ଭୁବନେଶ୍ଵର : ଓଡ଼ିଆ ଅଭିନେତ୍ରୀ ଦୀପା ସାହୁଙ୍କ ପରଲୋକ ଘଟିଛି। ସେ ଦୀର୍ଘ ୬ ବର୍ଷ ଧରି କର୍କଟ ରୋଗରେ ପୀଡ଼ିତ ଥିବା ବେଳେ ଗତ କିଛି ଦିନ​ ହେବ ଗୁରୁତର ଅବସ୍ଥାରେ ଭୁବନେଶ୍ଵର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ପରେ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା କରାଯାଉଥିଲା। ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ନେଇ ଦୀପାଙ୍କ ସ୍ବାମୀ ମନୀନ୍ଦ୍ର ଦତ୍ତ ସୂଚନା ଦେଇଛନ୍ତି।

ଶତାଧିକ ଓଡ଼ିଆ ଆଲବମରେ ଅଭିନୟ କରି ସେ ଦର୍ଶକଙ୍କ ଦୃଦୟରେ ଘର କରିପାରିଥିଲେ। ଓଡ଼ିଆ ‌ଆଲ୍‌ବମ୍‌ ଇଣ୍ଡଷ୍ଟ୍ରିର ବେଶ୍‌ ପରିଚିତ ଚେହେରା ଥିଲେ ଦୀପା। ସେ ଏକାଧିକ ‌ଆଲ୍‌ବମ୍‌ରେ ଅଭିନୟ କରି ଓଡିଆ  ଆଲ୍‌ବମ୍‌ କୁଇନ୍‌ ଭାବେ ମଧ୍ୟ ବେଶ୍‌ ଜଣାଶୁଣା ଥିଲେ। ଏହାସହ ସେ କିଛି ଓଡ଼ିଆ ଫିଲ୍ମ, ଧାରାବାହିକରେ ମଧ୍ୟ ନଜର ଆସିଥିଲେ।

- Advertisement -

 

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories