www.samajalive.in
Wednesday, December 10, 2025
23.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୨୨ ମାମଲା, ୨୬ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୨୨ ଟି ମାମଲା ଦାୟର କରାଯାଇଛି। ଏଥି ମଧ୍ୟରୁ ୨୦ଟି ମାମଲା ଲକ୍‌ ଡାଉନ୍‌ ସମ୍ପର୍କିତ ହୋଇଥିବାବେଳେ ୨ଟି ମାମଲା ଅନ୍ୟ କାରଣ ପାଇଁ ଅଟେ। ୨୬ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୪,୬୭,୪୪୭ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୬,୮୯୨ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୧୭,୩୭୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ଆଜିର ସୁସ୍ଥ ସଂଖ୍ୟା-୫୮୧ ହୋଇଥିବାବେଳେ ୧୪୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୯,୩୩୮ ରହିଛି। ୯,୯୧୯ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories