www.samajalive.in
Saturday, December 13, 2025
23.1 C
Bhubaneswar

ମଙ୍ଗଳବାର ୪ ଜିଲାରେ ବର୍ଷା

ଭୁବନେଶ୍ବର : ଆଜି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ମଙ୍ଗଳବାର  ୧୦ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ ମଙ୍ଗଳବାର ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୋଳ ଓ କେନ୍ଦୁଝର ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ଉତ୍ତର ଉପକୂଳ ଓଡ଼ିଶା, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ବଲାଙ୍ଗୀର ଓ ସୋନପୁର ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ପରବର୍ତ୍ତୀ ଦୁଇଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ଏହା ପରେ ବର୍ଷା ପରିମାଣ ବୃଦ୍ଧି ପାଇବ। ଗତ ୨୪ ଘଣ୍ଟାରେ ବାଲେଶ୍ବରରେ ୩୧.୪ ମିମି ବର୍ଷା ହୋଇଥିବା ବେଳେ ରାୟଗଡ଼ାରେ ୪୩ ମିମି, ନୟାଗଡ଼ରେ ୨୦ ମିମି, ଭବାନୀପାଟଣାରେ ୫ ମିମି ବର୍ଷା ରେକର୍ଡ କରାଯାଇଛି।

Hot this week

କଲକାତାରେ ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories