www.samajalive.in
Tuesday, December 9, 2025
17.1 C
Bhubaneswar

ଭୁବନେଶ୍ବରରୁ ଆଉ ୨୧୫ ପଜିଟିଭ୍ ଚିହ୍ନଟ, ୨୩୬୫ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରୁ ଆଉ ୨୧୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ବରରୁ ଚିହ୍ନଟ ହୋଇଥିବା ୨୧୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୬୫ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ମଙ୍ଗଳବାର ଭୁବନେଶ୍ବରରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୟୁନିଟ-୯ ବାୟାବାବା ମଠ ନିକଟ ବସ୍ତିରୁ ସର୍ବାଧିକ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୮ ଜଣ ମହିଳା ଅଛନ୍ତି ଓ ସେମାନଙ୍କର ବୟସ ୨୪ରୁ ୬୪ ବର୍ଷ ମଧ୍ୟରେ ରହିଛି। ସେହିପରି ଏକ ଘରୋଇ ହସ୍‌ପିଟାଲରୁ ଜଣେ ୩୧ ବର୍ଷୀୟ ମହିଳା କର୍ମଚାରୀଙ୍କ ସମେତ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟ ପକ୍ଷରେ ସାଲିଆ ସାହିରୁ ମଧ୍ୟ ଆଜି ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଇଗିଣିଆରୁ ୧୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ଏମାନେ ସମସ୍ତେ ପୂର୍ବରୁ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ।

- Advertisement -


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୩୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସେମାନଙ୍କ ମଧ୍ୟରୁ ୧୧୪୧ ଜଣ ସୁସ୍ଥ ହୋଇଛନ୍ତି ଓ ୧୩ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୧୨୦୯ଜଣ କରୋନା ଆକ୍ରାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories