www.samajalive.in
Wednesday, December 10, 2025
15.1 C
Bhubaneswar

ରାଜ୍ୟରେ ୩୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଆଉ ୧୨୦୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରୁ ଆଜି ଆଉ ୧୨୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୫୮ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୪୪୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଗୁରୁବାର ଚିହ୍ନଟ ୧୨୦୩ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦ ହଜାର ୩୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଗୁରୁବାର ରାଜ୍ୟରୁ ଚିହ୍ନଟ ୧୨୦୩ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୫୦ ଜଣ ରହିଥିବା ବେଳେ ଖୋର୍ଦ୍ଧା ଜିଲାରୁ ୨୨୦ ଜଣ ରହିଛନ୍ତି । ସେହିପରି ଅନୁଗୁଳରୁ ୧୫, ବାଲେଶ୍ୱରରୁ ୨୦,ବରଗଡ଼ରୁ ୧୨ଜଣ, ଭଦ୍ରକରୁ ୫୩ଜଣ, ବଲାଙ୍ଗୀରରୁ ୬ଜଣ, ବୌଦ୍ଧରୁ ୩ଜଣ, କଟକରୁ  ୯୭ଜଣ, ଦେଓଗଡ଼ରୁ ୮ଜଣ, ଢେଙ୍କାନାଳରୁ ୩ , ଗଜପତିରୁ ୭୨,  ଜଗତସିଂହପୁରରୁ ୮ଜଣ, ଯାଜପୁରରୁ ୪୬ଜଣ, କଳାହାଣ୍ଡିରୁ ୪ଜଣ, କନ୍ଧମାଳଚ ୧୪ଜଣ, କେନ୍ଦ୍ରାପଡ଼ାଚ ୧୪ଜଣ, କେନ୍ଦୁଝରଚ ୧୧ଜଣ, , କୋରାପୁଟରୁ ୬୬ଜଣ, ମାଲକାନଗିରିରୁ ୬୫ଜଣ, ମୟୁରଭଞ୍ଜ ରୁ ୧୬ଜଣ, ନବରଙ୍ଗପୁରରୁ ୪ଜଣ, ନୟାଗଡ଼ରୁ ୨୪ଜଣ, ପୁରୀରୁ ୯ଜଣ, ରାୟଗଡ଼ା ରୁ ୪୫ଜଣ, ସମ୍ବଲପୁର ରୁ୪୦ଜଣ , ସୋନପୁରରୁ୪ଜଣ, ସୁନ୍ଦରଗଡରୁ ୭୪ଜଣ ରହିଛନ୍ତି ।

- Advertisement -


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୫ ଲକ୍ଷ ୨୩୮ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୩୦ ହଜାର ୩୭୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ହଜାର ୯୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୬୯ ଜଣ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ  ହୋଇଛି ଏବଂ ୩୬ ଜଣ ଆକ୍ରାନ୍ତଙ୍କ ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୧ ହଜାର ୨୩୫ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories