www.samajalive.in
Tuesday, December 9, 2025
17.1 C
Bhubaneswar

ଜେଲରେ କରୋନା ସୁରକ୍ଷା, ରିପୋର୍ଟ ମାଗିଲେ ମାନବାଧିକାର ଆୟୋଗ

ଭୁବନେଶ୍ୱର: ଦିନକୁ ଦିନ କରୋନା କାୟା ବିସ୍ତାର କରି ଚାଲିଥିଲା ବେଳେ ରାଜ୍ୟରେ ଥିବା ଜେଲ କର୍ମଚାରୀ ଓ ଅନ୍ତେବାସୀ ଆକ୍ରାନ୍ତ ହେବାରେ ଲାଗିଛନ୍ତି। ସେମାନଙ୍କ ପାଇଁ ସେପରି କିଛି ବ୍ୟବସ୍ଥା ନ ଥିବାରୁ ସଂକ୍ରମଣର ଆଶଙ୍କା ଅଧିକ ରହିଛି। ତେଣୁ ସେମାନଙ୍କ ସୁରକ୍ଷା ଲାଗି କଣ ପଦକ୍ଷେପ ଗ୍ରହଣ କରାଯାଇଛି ସେ ନେଇ ରିପୋର୍ଟ ଦେବାକୁ ଗୃହ ବିଭାଗ ପ୍ରମୁଖ ଶାସନ ସଚିବ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଏବଂ ଜେଲ ବିଭାଗ ଡିଜିଙ୍କୁ ନିର୍ଦେଶ ଦେଇଛନ୍ତି ରାଜ୍ୟ ମାନବାଧିକାର ଆୟୋଗ। ଅଗଷ୍ଟ ୨୮ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି।

ଜେଲରେ ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ମାନବାଧିକାର କର୍ମୀ ବିଶ୍ୱପ୍ରିୟ କାନୁନଗୋ ରାଜ୍ୟ ମାନବାଧିକାର ଆୟୋଗଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେ ତାଙ୍କ ଆବେଦନରେ ଦର୍ଶାଇଥିଲେ ଯେ ଯେଉଁ ଜେଲ କର୍ମଚାରୀମାନେ କୋଭିଡ ସଂକ୍ରମିତ ବନ୍ଦୀଙ୍କ ସମ୍ପର୍କରେ ଆସୁଛନ୍ତି ସେମାନଙ୍କୁ ପିପିଇ କିଟ୍‍ ପ୍ରଦାନ କରାଯାଉ। ଏଥିସହ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟର ସବୁ ଜେଲରେ ଥିବା ଅନ୍ତେବାସୀ ଓ କର୍ମଚାରୀଙ୍କ କୋଭିଡ ପରୀକ୍ଷା କରିବା ସହ ଅନ୍ତେବାସୀଙ୍କ ସନ୍ତାନ ରହୁଥିବା ଚାଇଲଡ କେୟାର ହୋମରେ ଥିବା ସମସ୍ତଙ୍କର କୋଭିଡ ଟେଷ୍ଟ ପାଇଁ ମଧ୍ୟ ଆବେଦନରେ ଦର୍ଶାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories