www.samajalive.in
Sunday, December 7, 2025
14.1 C
Bhubaneswar

ଦେଶରେ ୧୬ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା : ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୫୫,୦୭୮ ପଜିଟିଭ୍ ଚିହ୍ନଟ, ୭୭୯ ମୃତ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ସଂକ୍ରମିତଙ୍କ ସଂଖ୍ୟା । ଏହାରି ମଧ୍ୟରେ ଦେଶରେ ୧୬ ଲକ୍ଷ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗୋଟିଏ ଦିନରେ ପୁଣି ଦେଶରେ ନୂଆ ରେକର୍ଡ ସହ ୨୪ ଘଣ୍ଟାରେ ୫୫ ହଜାର ପାର୍‌ କରିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୫୫ ହଜାର ୭୯ ଜଣ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬ ଲକ୍ଷ ପାର୍ କରିଛି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟାବି ବୃଦ୍ଧି ପାଇବାରେ ଲାଗିଛି । ୩୫ ହଜାର ଟପିଛି ଦେଶରେ କରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ପୁଣି ୭୭୯ ଜଣଙ୍କର ମୃତ୍ୟୁ ହୋଇଛି । ମୋଟ୍ ମୃତ୍ୟୁ ସଂଖ୍ୟା ୩୫ ହଜାର ୭୪୭ରେ ପହଞ୍ଚିଛି ।


ସୂଚନାଯୋଗ୍ୟ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୧୬ ଲକ୍ଷ ୩୮ ହଜାର ୮୭୧ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୦ ଲକ୍ଷ ୫୭ ହଜାର ୮୦୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ ହଜାର ୭୪୭ ଜଣ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି, ସେହିପରି ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ୪୫ ହଜାର ୩୧୮ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ସେହିପରି ମହାରାଷ୍ଟ୍ରରେ ସର୍ବାଧିକ ୧୪ହଜାର ୭୨୯, ଦିଲ୍ଲୀରେ ୩୯୩୬, ତାମିଲନାଡ଼ୁରେ ୩୮୩୮, ଗୁଜୁରାଟରେ ୨୪୧୮ଜଣଙ୍କର ମୃତ୍ୟୁ ହୋଇସାରିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories