www.samajalive.in
Saturday, December 6, 2025
17.1 C
Bhubaneswar

ରାଜ୍ୟରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା, ଆଜି ଆଉ ୧୪୯୯ ନୂଆ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରୁ ଆଜି ଆଉ ୧୪୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୪ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୫୮୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଶୁକ୍ରବାର ଚିହ୍ନଟ ୧୪୯୯ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧ ହଜାର ୮୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୫ ଲକ୍ଷ ୧୪ ହଜାର ୫୭୩ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ୩୧ ହଜାର ୮୭୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୯ ହଜାର ୭୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୭୭ ଜଣ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ  ହୋଇଛି ଏବଂ ୩୭ ଜଣ ଆକ୍ରାନ୍ତଙ୍କ ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୧ ହଜାର ୯୧୮ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories