ଆଜି ଭୁବନେଶ୍ବରରେ ୧୨୮ କରୋନା ଆକ୍ରାନ୍ତ ଚିହ୍ନଟ, ୯୪ ସୁସ୍ଥ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଶୁକ୍ରବାର ଆଉ ୧୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୧୨୮ ପଜିଟିଭଙ୍କ ମଧ୍ୟରୁ ୮୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୪୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୯୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।
Update on newly detected & cured #COVID19 cases in the last 24 hrs under the BMC area on 31st July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/hD3KNRsrzO— BMC (@bmcbbsr) July 31, 2020
ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୨୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୪୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୫ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୧୨୮୫ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଇଛନ୍ତି।
Comments are closed.