www.samajalive.in
Monday, December 8, 2025
14.1 C
Bhubaneswar

ଛିଡା ହୋଇଥିବା ଟ୍ରକକୁ ଧକ୍କା ଦେଲା ଟ୍ରକ, ଚାଳକ ମୃତ

ଖଡିଆଳ : ଖଡିଆଳ-ନୂଆପଡା ୩୫୩ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀପୁର ଗ୍ରାମ ନିକଟରେ ଏକ ଛିଡା ହୋଇଥିବା ଟ୍ରକକୁ ଅନ୍ୟ ଏକ ଟ୍ରକ ଧକ୍କା ଦେବାରୁ ଘଟଣାସ୍ଥଳରେ ଟ୍ରକ ଚାଳକଙ୍କର ମୃତ୍ୟୁ ଘଟିଛି ।

ସୂଚନା ଅନୁଯାୟୀ, ଆଜି ଭୋର ସମୟରେ ଲୁହାରଡ ବୋଝେଇ ଏକ ଟ୍ରକ ନୂଆପଡାରୁ ଖଡିଆଳ ପଟକୁ ଆସୁଥିବା ବେଳେ ପୂର୍ବରୁ ଲକ୍ଷ୍ମୀପୁର ଗ୍ରାମ ନିକଟରେ ରାସ୍ତା ପାର୍ଶ୍ବରେ ଛିଡା ହୋଇ ରହିଥିବା ଅନ୍ୟ ଏକ ଟ୍ରକକୁ ପଛପଟରୁ ଧକ୍କା ଦେଇଥିଲା। ଯାହା ଫଳରେ ଟ୍ରକ ଚାଳକ ବାସୁଦେବ ମାଝୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା। ମୃତ ଟ୍ରକ ଚାଳକଙ୍କ ଘର ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ପଇତାଗାଁ ବୋଲି ଜଣାପଡିଛି। ସେହି ଟ୍ରକର ହେଲପର ଗୁରୁତର ଆହତ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଖଡିଆଳ ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ନୂଆପଡା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବର ଲେଖା ହେବା ପର୍ଯ୍ୟନ୍ତ ହେଲପରଙ୍କର ଅବସ୍ଥା ସଙ୍କଟାପନ୍ନ ଥିବା ବେଳେ ତାଙ୍କର ପରିଚୟ ଜଣାପଡିନାହିଁଁ। ଖଡିଆଳ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଟ୍ରକ ଚାଳକଙ୍କ ମୃତ ଦେହକୁ କ୍ରେନ ସାହାର୍ଯ୍ୟରେ ଉଦ୍ଧାର କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଥାନାଧିକାରୀ କୈଳାସ ଚନ୍ଦ୍ର ସେଠୀ ସୂଚନା ଦେଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories