www.samajalive.in
Friday, December 12, 2025
16.1 C
Bhubaneswar

ଦେଶରେ ୧୭ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା : ୨୪ ଘଣ୍ଟାରେ ୫୪,୭୩୬ ଆକ୍ରାନ୍ତ ଚିହ୍ନଟ, ୮୫୩ ମୃତ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ସଂକ୍ରମିତଙ୍କ ସଂଖ୍ୟା । ଏହାରି ମଧ୍ୟରେ ଦେଶରେ ୧୭ ଲକ୍ଷ ଅତିକ୍ରମ କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।  ଦେଶରେ  ଗତ ୨୪ ଘଣ୍ଟାରେ ୫୪ ହଜାର ପାର୍‌ କରିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି୫୪ ହଜାର ୭୩୬ ଜଣ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭ ଲକ୍ଷ ୫୦ ହଜାର ୭୨୪ ରେ ପହଞ୍ଚିଛି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟାବି ବୃଦ୍ଧି ପାଇବାରେ ଲାଗିଛି । ୩୭ ହଜାର ଟପିଛି ଦେଶରେ କରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ପୁଣି ୮୫୩ ଜଣଙ୍କର ମୃତ୍ୟୁ ହୋଇଛି । ମୋଟ୍ ମୃତ୍ୟୁ ସଂଖ୍ୟା ୩୭ ହଜାର ୩୬୪ ରେ ପହଞ୍ଚିଛି ।


ସୂଚନାଯୋଗ୍ୟ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୧୭ ଲକ୍ଷ ୫୦ ହଜାର ୭୨୪ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୧ ଲକ୍ଷ ୪୫ ହଜାର ୬୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ହଜାର ୩୬୪ ଜଣ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି, ସେହିପରି ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ୬୭ ହଜାର ୭୩୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories