www.samajalive.in
Tuesday, December 9, 2025
16.1 C
Bhubaneswar

କ୍ୱାରାଣ୍ଟାଇନ୍‌ ଶେଷ କରିଥିବା ପ୍ରବାସୀଙ୍କୁ ୧୧୪ କୋଟି ୪୧ ଲକ୍ଷ ୫୪ ହଜାର ଟଙ୍କା ପ୍ରଦାନ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଭରଣା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କ୍ରମେ ଓଡ଼ିଶାକୁ ଫେରି ଆନୁଷ୍ଠାନିକ କ୍ୱାରାଣ୍ଟାଇନ୍‌ ଶେଷ କରିଥିବା ପ୍ରବାସୀମାନଙ୍କୁ ୨୦୦୦ ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଉଛି । ବର୍ତ୍ତମାନ ସୁଦ୍ଧା ଏ ବାବଦରେ ୧୧୪ କୋଟି ୪୧ ଲକ୍ଷ ୫୪ ହଜାର ଟଙ୍କା ପ୍ରଦାନ କରାଯାଇ ସାରିଛି । ଏହି ସମସ୍ତ ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଭରଣା କରାଯାଉଛି । କୋଭିଡ୍‌-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କ୍ୱାରାଣ୍ଟାଇନ୍‌ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୬,୭୬୦ ଟି କୋଭିଡ୍‌ କେୟାର ହୋମ୍‌ ସ୍ଥାପିତ ହୋଇଛି । ଏଥିରେ ମୋଟ ୬୭,୪୫୧ ଶଯ୍ୟାର ବ୍ୟବସ୍ଥା କରାଯାଇଛି । ଅନୁରୂପ ଭାବରେ ରାଜ୍ୟରେ ୧୪୮୨ ଟି କ୍ଲଷ୍ଟର ସ୍ତରୀୟ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର (ଟିଏମ୍‌ସି) କାର୍ଯ୍ୟ କରୁଛି । ଏଗୁଡ଼ିକରେ ୭୧,୭୫୪ ଟି ଶଯ୍ୟା ଉପଲବ୍ଧ ରହିଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories