www.samajalive.in
Saturday, December 13, 2025
15.1 C
Bhubaneswar

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା; ରିପୋର୍ଟ ପଜିଟିଭ୍ ଆସିବା ପରେ ମେଦାନ୍ତରେ ଭର୍ତି

କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ସଂକ୍ରମଣର ଶିକାର ହୋଇଛନ୍ତି । ଆଜି  ରିପୋର୍ଟ ପଜିଟିଭ୍ ଆସିବା ପରେ ତାଙ୍କୁ ଗୁରୁଗାଓଁସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତି କରାଯାଇଛି । କୁହାଯାଉଛି ଯେ ଶ୍ରୀ ପ୍ରଧାନଙ୍କର କିଛି କର୍ମଚାରୀ କୋବିଡ଼-୧୯ ରିପୋର୍ଟ ପଜିଟିଭ୍ ଆସିଥିଲା । ଏହାପରେ ମନ୍ତ୍ରୀ ନିଜକୁ ସଙ୍ଗରୋଧରେ ରଖିଥିଲେ । ଏପରିକି ଗତ କ୍ୟାବିନେଟ୍ ବୈଠକରେ ମଧ୍ୟ ଯୋଗ ଦେଇ ନ ଥିଲେ । ସୂଚନାଯୋଗ୍ୟ ଯେ ଗତ ରବିବାର କରୋନା ସଂକ୍ରମିତ ହୋଇଥିବା କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହାଙ୍କୁ ଚିକିତ୍ସା ନିମନ୍ତେ ମେଦାନ୍ତରେ ଭର୍ତି କରାଯାଇଛି । ଏ ସମ୍ପର୍କରେ ଶ୍ରୀ ପ୍ରଧାନ ନିଜ ଟ୍ବିଟରରେ ସୂଚନା ଦେଇଛନ୍ତି । ସେ ସୁସ୍ଥ ଅଛନ୍ତି ବୋଲି ମଧ୍ୟ ଟ୍ବିଟରରେ ଉଲ୍ଲେଖ କରିଛନ୍ତି ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories