www.samajalive.in
Sunday, December 7, 2025
26.1 C
Bhubaneswar

ବାଇକକୁ ଧକ୍କା ଦେଲା ତେଲ ଟ୍ୟାଙ୍କର ; ଚାଳକ ମୃତ

ପାରାଦୀପ: ଜଗତସିଂହପୁର ଜିଲା ଅଠରବାଙ୍କୀ ଟର୍ମିନାଲ ଛକ ନିକଟରେ  ବୁଧବାର ଏକ ବାଇକକୁ ତେଲ ଟ୍ୟାଙ୍କର ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ବାଇକ ଚାଳକ ମୃତ୍ୟ ହୋଇଛି। ମୃତକ ଜଣକ କୁଜଙ୍ଗ ବ୍ଲକ ଚଟୁଆ ପଞ୍ଚାୟତ ପୋଖରିଆପଡା ଗ୍ରାମର ବ୍ରହ୍ମାନନ୍ଦ ଦାସଙ୍କ ପୁଅ ଅଜୟ ଦାସ ବୋଲି ଜଣାପଡ଼ିଛି।
ସୂଚନା ଅନୁଯାୟୀ, ରାସ୍ତାରେ ଥିବା ଖାଲ ଯୋଗୁଁ ଭାରସାମ୍ୟ ହରାଇ ତେଲ ଟ୍ୟାଙ୍କର ଅଜୟଙ୍କ ବାଇକ୍ ଉପରେ ମାଡି ଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଅଜୟଙ୍କର ମୃତ୍ୟୁ ଘଟିଥିଲା। ଘଟଣାସ୍ଥଳରେ ପାରାଦ୍ବୀପ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହିତ ତେଲ ଟ୍ୟାଙ୍କରକୁ ମଧ୍ୟ ଜବତ କରିଛି। ଗାଡିର ଚାଳକ ଫେରାର ହୋଇଯାଇଛି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories