www.samajalive.in
Monday, December 8, 2025
27.1 C
Bhubaneswar

କୋଭିଡ ଯୋଦ୍ଧାଙ୍କ ବଳିଦାନ ବ୍ୟର୍ଥ ହେବାକୁ ଦେବୁନାହିଁ ; ମୁଖ୍ୟମନ୍ତ୍ରୀ

 ଆରୋଗ୍ୟଙ୍କ କରୋନା ରୋଗୀଙ୍କ ସଂଖ୍ୟା ୨୫ ହଜାରରେ ପହଞ୍ଚିଲା
ସହିଦ କୋଭିଡ ଯୋଦ୍ଧାଙ୍କୁ ନୀରବ ପ୍ରାର୍ଥନା ଜରିଆରେ  ଶ୍ରଦ୍ଧାଞ୍ଜଳି
ମୁଁ ଜିତିବି, ମୋ ଓଡିଶା ଜିତିବ ଏବଂ ମାନବ ଜାତି ବି ଜିତିବା ନେଇ ଶପଥ

ଭୁବନେଶ୍ବର:  ଗତ ୫ ମାସ ଧରି ଓଡିଶା କୋଭିଡ ବିରୁଦ୍ଧରେ ଲଢେଇ ଜାରି ରହିଛି। ଏହି ଲଢେଇର ଆଗଧାଡିରେ ରହିଥିବା କୋଭିଡ ଯୋଦ୍ଧା ମାନଙ୍କ ତ୍ୟାଗ ଓ ଉତ୍ସର୍ଗୀକୃତ ସେବା ଯୋଗୁଁ ଆଜି ରାଜ୍ୟର କୋଭିଡ ଆରୋଗ୍ୟଙ୍କ ସଂଖ୍ୟା ୨୫ ହଜାରରେ ପହଞ୍ଚିଛି। ଏହାକୁ କୋଭିଡ ଯୁଦ୍ଧର ଏକ ମହତ୍ବପୂର୍ଣ୍ଣ ଘଟଣା ବୋଲି ବର୍ଣ୍ଣନା କରି ଏହାର ସବୁ ଶ୍ରେୟ କୋଭିଡ ଯୋଦ୍ଧା ଓ ଓଡିଶାବାସୀଙ୍କର ବୋଲି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ କହିଛନ୍ତି। ଜୀବନକୁ ବାଜି ଲଗାଇ ସେମାନେ ଯେପରି ସେବା କରିଚାଲିଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚପ୍ରଶଂସା ମଧ୍ୟ କରିଛନ୍ତି।

ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ କୋବିଦ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରୁଛନ୍ତି ।

ଏହି ଲଢେଇରେ ୨୫ ଜଣ କୋଭିଡ ଯୋଦ୍ଧା ସେମାନଙ୍କ ଜୀବନ ବଳିଦାନ ଦେଇ ସେବା, ତ୍ୟାଗ ଓ ମାନବିକତାର ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି । ସେହି ଯୋଦ୍ଧା ମାନଙ୍କର ଅମ୍ଲାନ ସ୍ମୃତି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଆହ୍ବାନକ୍ରମେ ସାରା ରାଜ୍ୟ ଆଜି ସଂଧ୍ୟା ୬ଟାରେ ଏକ ମିନିଟ ନୀରବ ପ୍ରାର୍ଥନା କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି । ଏହି ନୀରବ ପ୍ରାର୍ଥନାରେ ସାରା ରାଜ୍ୟର ଜନସାଧାରଣ, ବିଭିନ୍ନ ଅଫିସ, ଅନୁଷ୍ଠାନର କର୍ମଚାରୀ ଭାଗ ନେଇ ଶହୀଦ କରୋନା ଯୋଦ୍ଧାଙ୍କ ପ୍ରତି ଜାତିର କୃତଜ୍ଞତା ଅର୍ପଣ କରିଛନ୍ତି ।

- Advertisement -
ବିଧାନସଭାରେ କୋବିଦ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା ଓ ଶପଥପାଠ

ନିଜ ପରିବାର ଓ ବ୍ୟକ୍ତିଗତ ସୁଖ ସୁବିଧାକୁ ପଛରେ ପକାଇ ଆମର କୋଭିଡ ଯୋଦ୍ଧା ମାନେ ଉତ୍ସର୍ଗୀକୃତ ମନୋଭାବ, ତ୍ୟାଗ ଓ ନିଷ୍ଠାର ସହ ଯେପରି ସେବା କରିଚାଲିଛନ୍ତି, ତାକୁ ଉତ୍ସାହିତ କରିବା ଏବଂ ତାଙ୍କର ଏହି ମହତ୍‌ କାର୍ଯ୍ୟକୁ ଦୃଢ ସମର୍ଥନ ଦେବା ପାଇଁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସହଯୋଗ, ସଚେତନତା ଓ କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବାର ଶପଥ ପାଠ କରାଇଥିଲେ। ମୁଁ ଜିତିବି, ମୋ ଓଡିଶା ଜିତିବ ଓ ମାନବ ଜାତି ବି ଜିତିବ; ଏହି ସଂକଳ୍ପ ନେଇ କରୋନା ବିରୁଦ୍ଧରେ ଲଢେଇକୁ ମଜବୁତ କରିବା ସହିତ କୋଭିଡ ନିୟମାବଳୀର ଅନୁପାଳନ ଓ କୋଭିଡ ଯୋଦ୍ଧାଙ୍କୁ ପୂର୍ଣ୍ଣ ସହଯୋଗ ଓ ସମ୍ମାନ ଜଣାଇବା ପାଇଁ ମଧ୍ୟ ସମସ୍ତେ ଶପଥ ନେଇଥିଲେ।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories