www.samajalive.in
Sunday, December 7, 2025
26.1 C
Bhubaneswar

ପୁଣି ୯ରେ ଏକ ଲଘୁଚାପ

ଭୁବନେଶ୍ୱର: ଉତ୍ତର ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ସକ୍ରିୟ ହୋଇ ଏବେ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ରହିଛି। ଏହାର ପ୍ରଭାବରେ ବୁଧବାର ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗ ବୁଲେଟିନରେ କୁହାଯାଇଛି ଯେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଉ ୨୪ ଘଣ୍ଟା ସକ୍ରିୟ ରହିବାର ସମ୍ଭାବନା ରହିଛି। ତେବେ ଆସନ୍ତା ୭ତାରିଖ ସୁଦ୍ଧା ଏହା ଦୁର୍ବଳ ହୋଇପଡ଼ିବ।

ଆଗାମୀ ୯ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତାକାଲି ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ ପରବର୍ତ୍ତୀ ୨୪ଘଣ୍ଟାରେ ରାଜ୍ୟରେ ବର୍ଷାର ବିଶେଷ ସମ୍ଭାବନା ନାହିଁ। କିନ୍ତୁ ୮ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କଳାହାଣ୍ଡି, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

- Advertisement -

ଆସନ୍ତା ୯ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ଳବରୁ ଅତି ପ୍ରବଳ ଏବଂ ରାୟଗଡ଼ା, ନବରଙ୍ଗପୁର, ବଲାଙ୍ଗୀର, ଗଞ୍ଜାମ, ସୋନପୁର, ବୌଦ୍ଧ, ସମ୍ବଲପୁର, କଳାହାଣ୍ଡି, ବଲାଙ୍ଗୀର, ଝାରସୁଗୁଡ଼ା, ବରଗଡ଼, କନ୍ଧମାଳ, ମୟୂରଭଞ୍ଜ ଓ ଢ଼େଙ୍କାନାଳରେ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଲଘୁଚାପ ଯୋଗୁଁ ଉପକୂଳରେ ବର୍ଷା ପବନର ସମ୍ଭାବନା ଥିବାରୁ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି।

ତେବେ ପାଣିପାଗ ବିଭାଗ ପକ୍ଷରୁ ଯେଉଁସବୁ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ସେସବୁ ଜିଲା ପ୍ରଶାସନକୁ ସଜାଗ ରଖିବା ନିମନ୍ତେ ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ ଜେନା ଜିଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories