www.samajalive.in
Friday, December 5, 2025
26.1 C
Bhubaneswar

ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟା: ରିୟା ଚକ୍ରବର୍ତୀଙ୍କ ସହ ୬ ଜଣଙ୍କ ନାଁରେ ମାମଲା ରୁଜୁ କଲା ସିବିଆଇ

ନୂଆଦିଲ୍ଲୀ: ଅଭିନେତା ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟା ପ୍ରସଙ୍ଗରେ ସିବିଆଇ ଅଭିନେତ୍ରୀ ରିୟା ଚକ୍ରବର୍ତୀଙ୍କ ସମେତ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି । ରିୟାଙ୍କ ବ୍ୟତୀତ ଇନ୍ଦ୍ରଜିତ୍ ଚକ୍ରବର୍ତୀ, ସନ୍ଧ୍ୟା ଚକ୍ରବର୍ତୀ, ଶୋଭିକ୍ ଚକ୍ରବର୍ତୀ, ସାମୁଏଲ୍ ମିରାଣ୍ଡା, ଶ୍ରୁତି ମୋଦିଙ୍କ ନାମରେ ମଧ୍ୟ ମାମଲା ରୁଜୁ ହୋଇଛି ।

ମୁମ୍ବାଇର ବାନ୍ଦ୍ରା ଅଞ୍ଚଳରେ ନିଜ ବାସଭବନରେ ସୁଶାନ୍ତ ଗତ ଜୁନ୍ ୧୪ ତାରିଖରେ ଫାଶୀରେ ଝୁଲୁଥିବା ଅବସ୍ଥାରେ ମିଳିଥିଲେ। ଏହି ଘଟଣାର ତଦନ୍ତ ମୁମ୍ବାଇ ପୁଲିସ ଆରମ୍ଭ କରିଥିଲା, ମାତ୍ର ଏଥିରେ ଅସନ୍ତୋଷ ପ୍ରକାଶ କରି ପାଟନାରେ ରହୁଥିବା ସୁଶାନ୍ତଙ୍କ ବାପା ନିଜ ଅଞ୍ଚଳର ଏକ ଥାନାରେ ଏତଲା ଦେଇଥିଲେ । ପାଟନା ପୁଲିସ ଏ ସମ୍ପର୍କରେ ଏକ ମାମଲା ରୁଜୁ କରିଥିଲା । ଏଥିରେ କଥିତ ଅପରାଧିକ ଷଡ଼ଯନ୍ତ୍ର, ଠକେଇ, ଆତ୍ମହତ୍ୟା ନିମନ୍ତେ ଉସୁକାଇବା, ଚୋରି ନେଇ ମାମଲା ରୁଜୁ ହୋଇଥିଲା । ଏହାକୁ ନେଇ ମହାରାଷ୍ଟ୍ର ଓ ବିହାର ପୁଲିସ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା । ସୁଶାନ୍ତଙ୍କ ପିତାଙ୍କ ଅନୁରୋଧ ଆଧାରରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏହାର ସିବିଆଇ ତଦନ୍ତ ନିମନ୍ତେ ସୁପାରିଶ କରିଥିଲେ ଏବଂ କେନ୍ଦ୍ର ସରକାର ଏହାକୁ ଗ୍ରହଣ କରି ସିବିଆଇ ତଦନ୍ତ ନିର୍ଦେଶ ଦେଇଥିଲେ ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories