www.samajalive.in
Sunday, December 14, 2025
26.1 C
Bhubaneswar

ଟିଟୋ ଘରେ କ୍ରାଇମବ୍ରାଞ୍ଚ ଚଢାଉ, ସହଯୋଗୀକୁ ଏନକାଉଣ୍ଟର

କଟକ: ପୁଲିସ ଗୁଳିରେ ଆହତ ହୋଇ ଚିକିତ୍ସିତ ହେବା ପରେ ଟିଟୋକୁ ରିମାଣ୍ଡରେ ନେଇଛି ପୁଲିସ। ଶୁକ୍ରବାର ଦିନ ଟିଟୋର ବାସଗୃହ ସମେତ ଅନେକ ସ୍ଥାନରେ ପୁଲିସ ଓ କ୍ରାଇମବ୍ରାଞ୍ଚ ପକ୍ଷରୁ ଚଢଉ କରାଯାଇଛି।
ଟିଟୋର କେତେଜଣ ସହଯୋଗୀ ଓ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢଉ ଜାରି ରହିଥିବା ସୂଚନା ମିଳିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସେଠାରେ ୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି।
ସୂଚନାଯୋଗ୍ୟ ଯେ, ଗୁରୁବାର ବିଳମ୍ବିତ ରାତିରେ ଟିଟୋର ଅନ୍ୟ ଜଣେ ସହଯୋଗୀ ବଳରାମ ମଲ୍ଲିକ ଓରଫ ଚଗଲାକୁ ପୁଲିସ ଏନକାଉଣ୍ଟର କରିଥିଲା। ଚଗଲାର ଦୁଇ ଆଣ୍ଠୁରେ ଗୁଳି ବାଜିଥିଲା। ତାକୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ତାର ମୃତ୍ୟୁ ହୋଇଯାଇଛି। ଚଗଲାର ଅନ୍ୟ ଦୁଇ ଜଣ ସହଯୋଗୀ ଖସି ପଳାଇଛନ୍ତି। ରଣପୁରସ୍ଥିତ ଓଡିଶା ଗ୍ରାମ୍ୟ ବ୍ୟାଙ୍କ ଶାଖା ଡକାୟତିର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଚଗଲା ନାମରେ ବିଭିନ୍ନ ଥାନାରେ ଅନେକ ମାମଲା ରହିଥିବାର ପୁଲିସ ପକ୍ଷରୁ ସୂଚନା ଦିଆଯାଇଥିଲା।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories