www.samajalive.in
Tuesday, December 9, 2025
15.1 C
Bhubaneswar

୨୦ ଲକ୍ଷ ଟପିଲା କରୋନା; ଦିନକରେ ୬୨ ହଜାର ସଂକ୍ରମିତ

ନୂଆଦିଲ୍ଲୀ: କରୋନା ଭୂତାଣୁ ଭାରତରେ ଦିନକୁ ଦିନ ଭୟଙ୍କର ରୂପ ନେବାରେ ଲାଗିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଶୁକ୍ରବାର ୨୦ ଲକ୍ଷ ଅତିକ୍ରମ କରିଛି। ସବୁଠୁ ଚିନ୍ତାର ବିଷୟ ହେଉଛି ଦୈନିକ ସଂକ୍ରମଣ। ସପ୍ତାହକ ତଳେ ଦୈନିକ ସଂକ୍ରମଣ ୫୦ରୁ ୫୫ ହଜାର ଭିତରେ ରହୁଥିଲା ବେଳେ ଶୁକ୍ରବାର ତାହା ୬୦ ହଜାର ପାର୍‌ କରିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୫୩୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଲକ୍ଷ ୨୭ ହଜାର ୭୪କୁ ବୃଦ୍ଧି ପାଇଛି।

ସେହିପରି ଦିନକରେ ୮୮୬ ରୋଗୀ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୪୧ ହଜାର ୫୮୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଦେଶରେ ୬ ଲକ୍ଷ ୭ ହଜାର ୩୮୪ ସକ୍ରିୟ ରୋଗୀ ଥିବାବେଳେ ୧୩ ଲକ୍ଷ ୮୭ ହଜାର ୧୦୫ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories