www.samajalive.in
Wednesday, December 10, 2025
14.1 C
Bhubaneswar

ଆଜି ଭୁବନେଶ୍ବରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଶୁକ୍ରବାର ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୧୦୧ ପଜିଟିଭଙ୍କ ମଧ୍ୟରୁ ୫୨ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୪୯ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୧୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୩୫୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୨୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୧୨୯୬ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories