କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨% ବଢ଼ିଲା
ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ କର୍ମଚାରୀ ଓ ପେନସନଧାରୀଙ୍କ ପାଇଁ ମହଙ୍ଗା ଭତ୍ତା ୨% ବୃଦ୍ଧି କରାଯାଇଛି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏହି ମହଙ୍ଗା ଭତ୍ତା ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି।
ଏହି ଭତ୍ତା ବୃଦ୍ଧି ଦ୍ୱାରା କେନ୍ଦ୍ର ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ୫୦ଲକ୍ଷ କର୍ମଚାରୀ ଓ ୬୧ଲକ୍ଷ ପେନସନ ଭୋଗୀ ଉପକୃତ ହେବ। ଏହି ବର୍ଦ୍ଧିତ ଭତ୍ତା ୨୦୧୮ ଜାନୁଆରୀ ୧ରୁ ଲାଗୁ ହେବ। ଗତବର୍ଷ ସେପ୍ଟେମ୍ବରରେ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଧାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତରୁ ୫ ପ୍ରତିଶତକୁ ବୃଦ୍ଧି କରାଯାଇଥିଲା। ଏବେ ଆଉ ୨ପ୍ରତିଶତ ବୃଦ୍ଧି ପାଇ ମୋଟ ମହଙ୍ଗା ଭତ୍ତା ୭ ପ୍ରତିଶତରେ ପହଞ୍ଚିଲା।