www.samajalive.in
Sunday, December 7, 2025
15.1 C
Bhubaneswar

୨୪ ଘଣ୍ଟାରେ ୬୧ ହଜାର ସଂକ୍ରମିତ, ୯୩୩ ମୃତ

ନୂଆଦିଲ୍ଲୀ: କରୋନା ଭୂତାଣୁ ଯୋଗୁ ଦୈନିକ ସଂକ୍ରମଣ ଦ୍ରୁତଗତିରେ ବଢ଼ି ଚାଲିଛି। ଦେଶରେ ଏବେ ଦୈନିକ ସଂକ୍ରମଣ ୬୦ ହଜାର ଉପରେ ରହିଛି। ଶୁକ୍ରବାର ୬୨ ହଜାର ୫୩୬ ଆକ୍ରାନ୍ତ ଚିହ୍ନଟ ହୋଇଥିଲାବେଳେ ଶନିବାର ଏହି ସଂଖ୍ୟା ୬୧ ହଜାର ୫୩୭ ରହିଛି। ଫଳରେ ଏବେ ଦେଶରେ ମୋଟ କରୋନା ସଂକ୍ରମିତ ସଂଖ୍ୟା ୨୦ ଲକ୍ଷ ୮୮ ହଜାର ୬୧୧କୁ ବୃଦ୍ଧି ପାଇଛି। ସେହିପରି ଗତ ୨୪ ଘଣ୍ଟାରେ ଦେଶରେ ୯୩୩ ରୋଗୀ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ଦେଶରେ ମୃତ୍ୟୁ ସଂଖ୍ୟା ୪୨ ହଜାର ୫୧୮ରେ ପହଞ୍ଚିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ବର୍ତ୍ତମାନ ଦେଶରେ ୬ ଲକ୍ଷ ୧୯ ହଜାର ୮୮ ସକ୍ରିୟ ରୋଗୀ ଥିବାବେଳେ ୧୪ ଲକ୍ଷ ୨୭ ହଜାର ୫ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାର ୱେବ୍‌ସାଇଟ୍‌ରେ ଦର୍ଶାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories