www.samajalive.in
Sunday, December 7, 2025
26.1 C
Bhubaneswar

ଦେଶର ନୂଆ ସିଏଜି ଭାବେ ଶପଥ ନେଲେ ଓଡିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁ

ନୂଆଦିଲ୍ଲୀ : ଦେଶର ନୂଆ ସିଏଜି ଭାବେ ଶପଥ ଗ୍ରହଣ କଲେ ଓଡିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁ । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହି କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରମୁଖ ଉପସ୍ଥିତ ଥିଲେ ।


ଗିରୀଶ ଚନ୍ଦ୍ର ମୁର୍ମୁ ଏହି ଦାଇତ୍ୱ ନେବା ପୂର୍ବରୁ ବୁଧବାର ଜମ୍ମୁକଶ୍ମୀର ଉପରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିଲେ। । ଏହାପରେ ତାଙ୍କୁ ରାଷ୍ଟ୍ରପତି ସିଏଜି ଭାବେ ନିଯୁକ୍ତି ପ୍ରଦାନ କରିଥିଲେ । କେନ୍ଦ୍ର ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ପୂର୍ବତନ ସିଏଜି ରାଜୀବ ମହର୍ଷିଙ୍କ ସ୍ଥାନରେ ମୁର୍ମୁଙ୍କୁ ଏହି ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ମିଳିଛି ।

- Advertisement -


ସୂଚନାଯୋଗ୍ୟ ଗିରୀଶ ଚନ୍ଦ୍ର ମୁର୍ମୁ ଧାରା ୩୭୦ ଉଚ୍ଛେଦ ପରେ କେନ୍ଦ୍ର ଶାସିତ ଅଞ୍ଚଳ ଭାବେ ଗଠିତ ଜମ୍ମୁ ଓ କାଶ୍ମୀରର ପ୍ରଥମ ଉପରାଜ୍ୟପାଳ ନିଯୁକ୍ତ ହୋଇଥିଲେ । ୬୦ ବର୍ଷୀୟ ମୁର୍ମୁ ୧୯୮୫ ବ୍ୟାଚ ଗୁଜୁରାଟ କ୍ୟାଡରର ଆଇଏଏସ ଅଧିକାରୀ । ସେ ୩୧ ଅକ୍ଟୋବର ୨୦୧୯ରେ ଜାମ୍ମୁ ଓ କାଶ୍ମୀରର ପ୍ରଥମ ଉପରାଜ୍ୟପାଳ ଭାବେ ପଦଭାର ସମ୍ଭାଳିଥିଲେ ।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories