www.samajalive.in
Monday, December 8, 2025
27.1 C
Bhubaneswar

କୋଭିଡ଼ କେନ୍ଦ୍ରରେ ଅଗ୍ନିକାଣ୍ଡ : ମୃତକଙ୍କ ପରିବାରକୁ ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ

ଆନ୍ଧ୍ରପ୍ରଦେଶ : ଆନ୍ଧ୍ରପ୍ରଦେଶର ବିଜୟୱାଡ଼ାର କୋଭିଡ଼ କେନ୍ଦ୍ରରେ ଆଜି ଭୋର ସମୟରେ ହୋଇଥିବା ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଥିବା ବେଳେ ଏହି ଘଟଣାରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ମୃତକଙ୍କ ପରିବାରକୁ ୫୦ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ରାଶି ଘୋଷଣା କରିଛନ୍ତି।


ସୂଚନା ଯୋଗ୍ୟ, ବିଜୟୱାଡ଼ାର କୋଭିଡ଼ କେନ୍ଦ୍ରରେ ଆଜି ଅଗ୍ନିକାଣ୍ଡ ଘଟିଥିଲା। ଏଥିରେ ପ୍ରଥମେ ୭ ଜଣଙ୍କର ମୃତ୍ୟୁ ହୋଇଥିଲା। କେତେକ ଆହତ ହୋଇଥିଲେ। ନିଆଁ ଲାଗିବା ପରେ ସେଠାରୁ ଅନ୍ୟମାନଙ୍କୁ ଉଦ୍ଧାର କରାଯାଇଛି। ଏହି କେନ୍ଦ୍ରରେ ପ୍ରାୟ ୪୦ ଜଣ ଲୋକେ ରହିଥିଲେ। ସେମାନଙ୍କ ମଧ୍ୟରୁ ୩୦ ଜଣ କରୋନା ସଂକ୍ରମିତ ହୋଇଥିବା ବେଳେ ଅନ୍ୟ ୧୦ ଜଣ ହସ୍ପିଟାଲର କର୍ମଚାରୀ। ନିଆଁ ଲାଗିବାର ଖବର ପାଇ ଘଟଣାସ୍ଥଳରେ ଦମକଳକର୍ମଚାରୀ ପହଂଚି ନିଆଁକୁ ବହୁ କଷ୍ଟରେ ଆୟତ କରିଥଲେ। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।ଏହି କୋଭିଡ଼ କେନ୍ଦ୍ରଟି ହେଉଛି ଏକ ହୋଟେଲ। ଯାହାକୁ କୋଭିଡ଼ କେନ୍ଦ୍ର କରାଯାଇଥିଲା।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories