www.samajalive.in
Monday, December 8, 2025
13.1 C
Bhubaneswar

ମୋଦୀ ସରକାରଙ୍କ ପଦକ୍ଷେପ ଦେଶର କୃଷି ଶିଳ୍ପକୁ ତ୍ୱରାନ୍ୱିତ କରିବ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଦେଶର ୮.୫ କୋଟିରୁ ଉର୍ଦ୍ଧ୍ୱ ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ଆର୍ôଥକ ସହାୟତାର ଷଷ୍ଠ କିସ୍ତି ଜାରି କରିଥିବାରୁ ଏବଂ କୃଷି ଭିତ୍ତିଭୂମି ପାଣ୍ଠି ଅଧୀନରେ ୧ ଲକ୍ଷ କୋଟିର ଆର୍ôଥକ ସୁବିଧା ଶୁଭାରମ୍ଭ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଧନ୍ୟବାଦ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଟ୍ୱିଟ୍‍ ଜରିଆରେ କହିଛନ୍ତି ଯେ, ଏହି ସହଯୋଗୀ ପଦକ୍ଷେପମାନ ଦେଶର କୃଷି ଶିଳ୍ପକୁ ତ୍ୱରାନ୍ୱିତ କରିବାରେ ସହାୟକ ହେବ, ଚାଷୀଭାଇ ମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବ ଏବଂ ନୂଆ ଓ ଆଗାମୀ ପିଢିର ଟେକ୍ନୋଲୋଜି, ଭିତ୍ତିଭୂମି ଓ ଆଧୁନିକ କୃଷି ପ୍ରଣାଳି ମାଧ୍ୟମରେ କୃଷିଭିତ୍ତିକ ଶିଳ୍ପକୁ ଆଗେଇ ନେବାରେ ସାହାଯ୍ୟ କରିବ।

- Advertisement -

ମୋଦୀ ସରକାରରେ କୃଷି କ୍ଷେତ୍ରରେ ନିଆଯାଇଥିବା ଗଠନମୂଳକ ଏବଂ ନୀତି ସଂସ୍କାର ଗ୍ରାମୀଣ ଅର୍ଥନୀତିକୁ ନୂଆ ରୂପ ଦେବ ଏବଂ ଏକବିଂଶ ଶତାବ୍ଦୀର ଆକାଂକ୍ଷାକୁ ପୂରଣ କରିବ। ଏହାସହ ଗ୍ରାମାଞ୍ଚଳରେ ବ୍ୟାପକ ନିଯୁକ୍ତି ସୃଷ୍ଟି କରିବ ଓ କୃଷି କ୍ଷେତ୍ରରେ ଭାରତକୁ ଅଧିକ ଆତ୍ମନିର୍ଭର କରିବାରେ ସାହାଯ୍ୟ କରିବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍‍ କରି କହିଛନ୍ତି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories