www.samajalive.in
Tuesday, December 9, 2025
23.1 C
Bhubaneswar

ଏକକ ସ୍ନାତକୋତ୍ତର ପ୍ରବେଶିକା ପରୀକ୍ଷା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ରାଜ୍ୟରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ ସ୍ନାତକୋତ୍ତର ଶିକ୍ଷା ପ୍ରଦାନ କରୁଥିବା ଉଚ୍ଚଶିକ୍ଷା ଅନୁଷ୍ଠାନରେ ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ପିଜି ଶ୍ରେଣୀରେ ନାମ ଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା ସିପିଇଟି -୨୦୨୦ ଅନୁଷ୍ଠିତ ହେବ। ଏ ନେଇ ଆଜି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପ୍ରବେଶିକା ପରୀକ୍ଷା ପାଇଁ ଅଗଷ୍ଟ ୧୨ରୁ ୩୧ ପର୍ଯ୍ୟନ୍ତ ଆବେଦନ ସମୟସୀମା ରଖାଯାଇଥିବାବେଳେ ସେପ୍ଟେମ୍ବର ୨୦ରେ ହଲ୍‍ ଟିକେଟ୍‍ ଉପଲବ୍ଧ ହେବ।

ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୭ ମଧ୍ୟରେ ବିଭିନ୍ନ ପର୍ଯ୍ୟାୟରେ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବା ପରେ ଅକ୍ଟୋବର ୨୫ରେ ଚୂଡାନ୍ତ ପରୀକ୍ଷାଫଳ ପ୍ରକାଶ ପାଇବ। ନଭେମ୍ବର ୨୦ ସୁଦ୍ଧା ନାମଲେଖା କାର୍ଯ୍ୟ ଶେଷ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଥିବା ବେଳେ ଡିସେମ୍ବର ୧ରୁ ପାଠପଢା ଆରମ୍ଭ ହେବ ବୋଲି ସୂଚନା ମିଳିଛି।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories