www.samajalive.in
Tuesday, December 9, 2025
16.1 C
Bhubaneswar

୧୪ ଯାଏ ବର୍ଷା; ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ବର : ଉତ୍ତର ପଶ୍ଚିମ ଓ ସଂଲଘ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୁତ ହେବାରେ ଲାଗିଛି। ଏହାର ପ୍ରଭାବରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ଏହି ସମୟ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଏବଂ ନୂଆପଡା ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କର​‌ାଯାଇଛି। ଆସନ୍ତା କାଲି ସୁନ୍ଦରଗଡ଼, ଦେବଗଡ଼ ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ମୌସୁମୀ ଟ୍ରଫ ଲାଇନ ଆଜି ବିକାନର, ଯୟପୁର, ଗ୍ବାଲିଅର,ମଧ୍ୟପ୍ରଦେଶ ଉପରେ ଥିବା ଲଘୁଚାପର କେନ୍ଦ୍ର ଉତ୍ତର-ପୂର୍ବବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୦.୯ କିମି ପର୍ଯ୍ୟନ୍ତ ବ୍ୟାପିଛି। ଗତ ୨୪ ଘଣ୍ଟା ଭିତରେ ପାରଳାଖେମୁଣ୍ଡିରେ ୭୨.୪ ମିମି, ମାଲକାନଗିରିରେ ୩୯ ମିମି, କେନ୍ଦୁଝରରେ ୩୯.୬ ମିମି, ଝାରସୁଗୁଡ଼ାରେ ୩୨.୭ ମିମି, ଟିଟିଲାଗଡ଼ରେ ୨୨ ମିମି, ତାଳଚେରରେ ୧୮ ମିମି ବର୍ଷା ହୋଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories