www.samajalive.in
Saturday, December 13, 2025
14.1 C
Bhubaneswar

କରୋନା ସଙ୍କଟ: ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଭର୍ଚ୍ୟୁଆଲ ବୈଠକ

ନୂଆଦିଲ୍ଲୀ:  ଦେଶ​‌ରେ କରୋନା ସଂକଟ ଦିନକୁ ଦିନ ଗୁରୁତର ହେବାରେ ଲାଗିଛି । ଗତ ୨୫ ଦିନ ମଧ୍ୟରେ ଦେଶରେ ୧୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦେଶର ୧୦ ପ୍ରମୁଖ କରୋନା ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟର କରୋନା ପରିସ୍ଥିତି ନେଇ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଆଜି ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ତାମିଲନାଡ଼ୁ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ପଞ୍ଜାବ, ବିହାର, ଗୁଜରାଟ, ତେଲଙ୍ଗାନା ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ କରୋନା ପ୍ରସଙ୍ଗରେ ସେମାନଙ୍କ ରାଜ୍ୟର ସ୍ଥିତି, ନିୟନ୍ତ୍ରଣ ଅଗ୍ରଗତି ଆଦି ସମ୍ପର୍କରେ କଥାବାର୍ତା କରିଛନ୍ତି । ବୈଠକରେ ସମ୍ପୃକ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ମୁଖ୍ୟ ସଚିବ ଓ ସ୍ବାସ୍ଥ୍ୟ ସଚିବମାନେ ମଧ୍ୟ ଅଂଶଗ୍ରହଣ କରିଛନ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ କ୍ୟାବିନେଟ୍ ସଚିବ, କେନ୍ଦ୍ର ଗୃହ ସଚିବ, କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ମଧ୍ୟ ବୈଠକରେ ସାମିଲ ହୋଇଛନ୍ତି ।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ପରିସଂଖ୍ୟାନ ଅନୁସାରେ ଦେଶରେ ବର୍ତମାନ ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୨୨,୬୮,୬୭୫ରେ ପହଞ୍ଚିଛି । ଏହାମଧ୍ୟରୁ ୪୫୨୫୭ ଜଣଙ୍କ ମୃତ୍ୟୁ ଘଟିଛି ଓ ୧୫.୮୩ ଲକ୍ଷ ଲୋକ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ୫୩ ହଜାର ନୂଆ ସଂକ୍ରମିତ ଠାବ ହୋଇଥିବାବେଳେ ୮୭୧ ମୃତ୍ୟୁବରଣ କରିଛନ୍ତି । ବର୍ତମାନ ସୁଦ୍ଧା ଦେଶରେ ୬.୪ ଲକ୍ଷରୁ ଅଧିକ ସଂକ୍ରିୟ ସଂକ୍ରମିତ ଅଛନ୍ତି ଓ ମୃତ୍ୟୁ ଅନୁପାତ ୧.୯୯%କୁ ହ୍ରାସ ପାଇଛି ।

- Advertisement -

ଏଠାରେ ଉଲ୍ଲେଖଯୋଗ୍ୟ ଯେ ସଂଖ୍ୟା ଦୃଷ୍ଟିରୁ ଭାରତ ପୃଥିବୀର ତୃତୀୟ ସର୍ବାଧିକ ପ୍ରଭାବିତ ଦେଶରେ ପରିଣତ ହୋଇଛି । ଆମେରିକା, ବ୍ରାଜିଲ ପରେ ଭାରତରେ ସର୍ବାଧିକ କରୋନା ସଂକ୍ରମିତ ଠାବ ହୋଇଛନ୍ତି ।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories