www.samajalive.in
Saturday, December 6, 2025
14.1 C
Bhubaneswar

ଏବେ ବି ପ୍ରଣବଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ବି ସଙ୍କଟାପନ୍ନ ରହିଛି। ବୁଧବାର ସେ ଚିକିତ୍ସିତ ହେଉଥିବା ସେନା ହସ୍ପିଟାଲ ପକ୍ଷରୁ ଏ ନେଇ ବୁଲେଟିନ୍‌ ଜାରି କରାଯାଇ ସୂଚନା ଦିଆଯାଇଛି।

ପ୍ରବଣ କରୋନାରେ ସଂକ୍ରମିତ ହେବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ମସ୍ତିଷ୍କରେ ରକ୍ତ ଜମାଟ ବାନ୍ଧିବା ପରେ ତାଙ୍କର ଜୀବନ ରକ୍ଷକ ଅପରେଶନ କରାଯାଇଛି। ଏହା ପରଠାରୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗମ୍ଭୀର ରହିଛି। ଏବେ ବି ତାଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଛି। ତାଙ୍କର ରକ୍ତଚାପ-ରକ୍ତର ବେଗ ସ୍ଥିର ରହିଛି। ସୂଚନାଯୋଗ୍ୟ, ପ୍ରବଣ ଅସୁସ୍ଥ ହେବା ପରଠାରୁ ଦେଶବାସୀ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସମେତ ବହୁ ନେତା ଟ୍ବିଟ୍‌ କରି ତାଙ୍କ ଅରୋଗ୍ୟ କାମନା କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories