www.samajalive.in
Sunday, December 7, 2025
15.1 C
Bhubaneswar

ମହିଳା ସହକର୍ମୀଙ୍କୁ ଯୌନ ନିର୍ଯାତନା: ଓଏଏସ୍ ବିଭୂ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ପୂର୍ବତନ ଆୟୁଷ ନିର୍ଦେଶକ ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ ଗୁରୁବାର ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଓଏଏସ୍ ବିଭୂ ପ୍ରସାଦ ଷଡ଼ଙ୍ଗୀ ସ୍ବତନ୍ତ୍ର ସଚିବ ପାହ୍ୟାରେ ଥିଲେ ।

ସୂଚନା ଅନୁଯାୟୀ, ଶ୍ରୀ ଷଡ଼ଙ୍ଗୀ ତାଙ୍କର ଜଣେ କନିଷ୍ଠ ସହଯୋଗୀଙ୍କୁ ଅଶାଳୀନ ଆଚରଣ କରିବା ଓ ଯୌନ ନିର୍ଯାତନା ଦେବା ନେଇ ଭୁବନେଶ୍ବର ମହିଳା ଥାନାରେ ଅଭିଯୋଗ ହୋଇଥିଲା । ପୀଡ଼ିତାଙ୍କୁ  ଶ୍ରୀ ଷଡ଼ଙ୍ଗୀ ଫୋନରେ କରିଥିବା କଥାବାର୍ତାର ଅଡ଼ିଓକୁ ପୁଲିସ ଗ୍ରହଣ କରିବା ସହ ତାଙ୍କୁ ଗତ ୯ ତାରିଖରେ ଗିରଫ କରିଥିଲା। ପରେ ତାଙ୍କୁ ଭୁବନେଶ୍ବର ସେସନ ଜଜ୍ ୨ ଜଣ ଜାମିନଦାର ଓ ୧୦ ହଜାର ଟଙ୍କା ଜମା ପରେ ଜାମିନ ପ୍ରଦାନ କରିଥିଲେ । ମାତ୍ର ସରକାର ଏହାକୁ ଗୁରୁତ୍ବର ସହ ଗ୍ରହଣ କରି ତାଙ୍କୁ ଦାୟିତ୍ବରୁ ନିଲମ୍ବିତ କରିଥିଲେ ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories