www.samajalive.in
Friday, December 12, 2025
16.1 C
Bhubaneswar

ଅଙ୍ଗଦାନ କରିଥିବା ବ୍ୟକ୍ତିମାନେ ମରି ମଧ୍ୟ ଅମର ରହିଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଶ୍ବ ଅଙ୍ଗଦାନ ଦିବସରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅଙ୍ଗଦାନ କରିଥିବା ବ୍ୟକ୍ତି ଓ ତାଙ୍କ ପରବାରଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ମରୋତ୍ତୋର ସୂରଜ ପୁରସ୍କାର ପ୍ରଦାନ କରାଯାଇଛି। ଆଜି ଅଙ୍ଗଦାନ ପାଇଁ ୩ ମହିଳାଙ୍କୁ ମ​‌ରଣୋତ୍ତର ସୂରଜ ସମ୍ମାନ ପ୍ରଦାନ କରାଯାଇଛି। ଗଞ୍ଜାମର ପି.ପ୍ରିୟଙ୍କାରାଣୀ ପାତ୍ର, ଭୁବନେଶ୍ବରର ସୁଚିତ୍ରା ଦାସ ଓ ପୁରୀର ରାଜଲକ୍ଷ୍ମୀ ଦାସଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମରଣୋତ୍ତର ସୂରଜ ସମ୍ମାନ ପ୍ରଦାନ କରିଛନ୍ତି। ପ୍ରତି ଅଙ୍ଗଦାତା ପରିବାରକୁ ୫ଲକ୍ଷ ଟଙ୍କା ଲେଖାଏଁ ଅର୍ଥରାଶି ପ୍ରଦାନ କରାଯାଇଛି। ଅଙ୍ଗଦାନ କରି ଜୀବନ ବଞ୍ଚାଇଥିବା ବ୍ୟକ୍ତି ଓ ତାଙ୍କ ପରିବାରବର୍ଗଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।


୨୦୧୯ ଅକ୍ଟୋବରରେ ଗଞ୍ଜାମ ଜିଲା ଅନ୍ତର୍ଗତ ଭଞ୍ଜନଗରର ‘ସୂରଜ ବେହେରା’ ଗୁଜୁରାଟର ସୁରଟରେ ଏକ ଦୁର୍ଘଟଣାର ଶିକାର ହୋଇ ମସ୍ତିଷ୍କ ମୃତ୍ୟୁ ଅବସ୍ଥାରେ ଥିଲେ । ତାଙ୍କ ପିତାମାତାଙ୍କ ସାହସିକ ନିଷ୍ପତ୍ତି ଫଳରେ ‘ସୂରଜ’ଙ୍କର ବୃକକ୍, ଲିଭର, ହାର୍ଟ ଓ ଦୁଇ ଆଖି ତାଙ୍କ ଶରୀରରୁ କଢାଯାଇ ବିଭିନ୍ନ ସହରରେ ଛଅ ଜଣ ବ୍ୟକ୍ତିଙ୍କ ଜୀବନ ବଞ୍ଚାଯାଇ ପାରିଥିଲା। ସୂରଜଙ୍କ ପରିବାରର ମାନବିକତାର ଏହି ସର୍ବୋଚ୍ଚ ନିଦର୍ଶନକୁ ସମ୍ମାନ ଜଣାଇ ୨୦୧୯ ନଭେମ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂରଜ ସମ୍ମାନ ପୁରସ୍କାର ଘୋଷଣା କରିଛନ୍ତି। ‘ସୂରଜ’ଙ୍କ ପରେ ଗଞ୍ଜାମ ଦିଗପହଣ୍ଡିର ପି. ପ୍ରିୟଙ୍କାରାଣୀ ପାତ୍ର, ଭୁବନେଶ୍ୱରର ସୁଚିତ୍ରା ଦାସ ଓ ପୁରୀ ଡ଼େଲାଙ୍ଗର ରାଜଲକ୍ଷ୍ମୀ ଦାସଙ୍କ ପରିବାର ମଧ୍ୟ ଉପରୋକ୍ତ ବ୍ୟକ୍ତିମାନଙ୍କ ଅଙ୍ଗଦାନ ପାଇଁ ସମ୍ମତି ପ୍ରଦାନ କରିଥିଲେ। ଏହାଦ୍ବାରା ଅନ୍ୟମାନଙ୍କ ଜୀବନ ବଞ୍ଚାଯାଇ ପାରିଥିଲା। ସେମାନଙ୍କ ଏହି ତ୍ୟାଗକୁ ସମ୍ମାନ ଜଣାଇ ଆଜି ଭିଡ଼ିଓ କନ୍‌ଫରେନ୍‌ସିଂ ଜରିଆରେ ସେମାନଙ୍କ ପରିବାରକୁ ମରଣୋତ୍ତର ‘ସୂରଜ ସମ୍ମାନ’ରେ ସମ୍ମାନିତ କରାଯାଇଥିଲା ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ୫ଲକ୍ଷ ଟଙ୍କା ଅର୍ଥରାଶି ପ୍ରଦାନ କରଯାଇଥିଲା। ଏହି ଅବସରରେ ସୂରଜଙ୍କ ପରିବାରର ସାହସିକ ନିଷ୍ପତ୍ତି ଓ ମଣିଷ ପଣିଆକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଟ୍ଟନାୟକ ଉଚ୍ଚପ୍ରଶଂସା କରିବା ସହିତ ସେମାନଙ୍କ ତ୍ୟାଗ ଅନ୍ୟମାନଙ୍କୁ ଅଙ୍ଗଦାନ ପାଇଁ ପ୍ରେରଣା ସୃଷ୍ଟି କରିଛି ବୋଲି କହିଥିଲେ। ସୂର୍ଯ୍ୟ ପରି ସେ ଆଜି ମଧ୍ୟ ଅନ୍ୟମାନଙ୍କ ଜୀବନକୁ ଓ ଜଗତକୁ ଆଲୋକିତ କରି ଚାଲିଛନ୍ତି। ସୂରଜଙ୍କ ପରିବାର ପରେ ଅନେକ ମସ୍ତିଷ୍କ ମୃତ୍ୟୁ ଘଟିଥିବା ବ୍ୟକ୍ତିମାନଙ୍କ ପରିବାର ମଧ୍ୟ ଏଥିପାଇଁ ଆଗେଇ ଆସିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଆଜି ମଧ୍ୟ ମଣିଷପଣିଆ ବଞ୍ଚିଛି। ଅନ୍ୟର ଜୀବନ ବଞ୍ଚାଇବାଠାରୁ ଅଧିକ ପୁଣ୍ୟ କିଛି ନାହିଁ। ଅଙ୍ଗଦାନ କରିଥିବା ବ୍ୟକ୍ତିମାନେ ମରି ମଧ୍ୟ ଅମର ରହିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ଏହି ସାଧୁ ପଦକ୍ଷେପ ରୋଗୀମାନଙ୍କ ପାଇଁ ବଞ୍ଚିବାର ନୂଆ ଆଶାର କିରଣ ସୃଷ୍ଟିକରିଛି ବୋଲି କହିଥିଲେ।
ଭିଡ଼ିଓ କନ୍ଫରେନସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏବଂ ପୁର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ପୁରସ୍କାର ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ଏବଂ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories