www.samajalive.in
Tuesday, December 9, 2025
16.1 C
Bhubaneswar

ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ୱର: ଓଡ଼ିଶା ପଶ୍ଚିମବଙ୍ଗ ସୀମାନ୍ତ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହସ୍ତଗତ ସୂଚନା ଅନୁସାରେ ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ଓଡ଼ିଶା ଉପରେ ଲଘୁଚାପ ରହିଛି। ଏହାର ପ୍ରଭାବରେ ମୌସୁମି ଏବେ ସକ୍ରିୟ ରହିଛି। ପରିଣାମସ୍ୱରୂପ ବର୍ଷା ପରିମାଣ
ବୃଦ୍ଧି ପାଇବ। ୧୪ ତାରିଖରେ ମାଲକାନଗିରି, ପୁରୀ, ଜଗତସିଂହପୁର, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ବଲାଙ୍ଗୀର ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ଏସବୁ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ୱାର୍ଣ୍ଣିଂ ପାଇଥିବା ଗଞ୍ଜାମ, କୋରାପୁଟ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ସୋନପୁର, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ବରଗଡ଼ ଜିଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ୧୬ ତାରିଖ ଯାଏ ଏସବୁ ଜିଲାରେ ଅଧିକ ବର୍ଷା ସମ୍ଭାବନା ଅଛି। ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବା ଲାଗି ଏସ୍‍ଆରସିଙ୍କ କାର୍ୟ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ କୁହାଯାଇଛି। ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଦିଆଯାଇ ଥିବା ଜିଲାରେ ଜଳବନ୍ଦୀ କିମ୍ବା ବନ୍ୟା ଭଳି ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ କୁହାଯାଇଛି। ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ଏସ୍‍ଆରସିଙ୍କ କାର୍ୟ୍ୟାଳୟ ପକ୍ଷରୁ ବାରଣ କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories