www.samajalive.in
Saturday, December 6, 2025
26.1 C
Bhubaneswar

ଶ୍ରୀନଗରରେ ଆତଙ୍କବାଦୀ ଆକ୍ରମଣ, ୨ ଯବାନ ଶହୀଦ

ଜାମ୍ମୁ: ଜାମ୍ମୁ-କାଶ୍ମୀରର ଶ୍ରୀନଗର ଅନ୍ତର୍ଗତ ନୱଗାଁଓରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରେ ଆକ୍ରମଣ କରିଛନ୍ତି। ଏଥିରେ ୨ ଜଣ ଯବାନ ଶହୀଦ ହୋଇଥିବାବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରମଣ ପରେ ସମ୍ପୃକ୍ତ ଅଞ୍ଚଳକୁ ସେନା ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଛି।

ପୁଲିସ ସୂଚନା ଅନୁସାରେ, ନୱଗାଁଓ ବାଇପାସ୍‌ ଦେଇ ଯବାନମାନେ ଯାଉଥିବା ସମୟରେ ଏହି ଆକ୍ରମଣ ହୋଇଥିଲା। ନିକଟରେ ଲୁଚି ରହିଥିବା ଆତଙ୍କବାଦୀମାନେ ଯବାନଙ୍କ ଉପରେ ଆଖିବୁଜା ଗୁଳି ଚଳାଇଥିଲେ। ଏଥିରେ ୩ ଯବାନ ଆହତ ହୋଇଥିଲେ। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଯବାନଙ୍କ ମୃତ୍ୟୁ ଘଟିଥିଲା।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories