www.samajalive.in
Sunday, December 7, 2025
14.1 C
Bhubaneswar

ଭିଏସ୍‍ଏସ୍‍ ନଗର ଗଡ଼େଶ୍ୱର ହାଟ୍‍ ବଣିକ ସଂଘ ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର: ଭିଏସ୍‍ଏସ୍‍ ନଗର ଗଡ଼େଶ୍ୱର ହାଟ ବଣିକ ସଂଘ ପକ୍ଷରୁ ୭୪ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। କୋଭିଡ୍‍ ନିୟମାନୁସାରେ ସାମାଜିକ ଦୂରତା ଅବଲମ୍ବନ କରି ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ଭିଏସ୍‍ଏସ୍‍ ନଗର ଫାଣ୍ଡି ଭାରପ୍ରାପ୍ତ ଅଧିକାରୀ ଚିତ୍ତରଞ୍ଜନ ରାଉତ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ଦେଶ ମାତୃକା ପାଇଁ ବଳିଦାନ ଦେଇଥିବା ଅମର ସହିଦଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ପାଇକ ମହାସଂଘର ରାଜ୍ୟ ସଭାପତି ଅଶୋକ କୁମାର ପାଲଟାସିଂ ଓ ଗଡେଶ୍ୱର ହାଟ ବଣିକ ସଂଘ ସଭାପତି ଲକ୍ଷ୍ମଣ ସାହୁ ଉଦ୍‍ବୋଧନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦୀପକ କୁମାର ବାରିକ, ଉତ୍ତମ କୁମାର ମହାନ୍ତି, ପପୁ ସାହୁ, ସମରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଭିଏସ୍‍ଏସ୍‍ ନଗର ଫାଣ୍ଡି ଅଧିକାରୀ ଚିତ୍ତରଞ୍ଜନ ରାଉତ, ବିଏମ୍‍ସି-ଜାଗୃତି ପ୍ରକଳ୍ପ ସଂଯୋଜକ ପ୍ରବେଶ କୁମାର ସାହୁ, ‘ସମାଜ’ ପ୍ରତିନିଧି ରମାକାନ୍ତ ମହାନନ୍ଦ, ଯୁବ ସାମ୍ବାଦିକ ରାଜୀବନୟନ ରଥଙ୍କୁ କରୋନା ଯୋଦ୍ଧା ଭାବେ ସମ୍ମାନୀତ କରାଯାଇଥିଲା। ଗଡ଼େଶ୍ୱର ହାଟ ବଣିକ ସଂଘ ସମ୍ପାଦକ ମନୋରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories