www.samajalive.in
Monday, December 8, 2025
20.1 C
Bhubaneswar

ସୁଧୁରୁଛି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା, ଶୀଘ୍ର ସୁସ୍ଥ ହୋଇ ଫେରିବେ ବୋଲି ଟ୍ବିଟ୍ କରି ଜଣାଇଲେ ପୁଅ ଅଭିଜିତ୍

ନୂଆଦିଲ୍ଲୀ : ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିଛି। ରବିବାର ପ୍ରଣବଙ୍କ ସ୍ବାସ୍ଥ୍ୟବସ୍ଥାରେ କୌଣସି ପରିବର୍ତ୍ତନ ହୋଇନାହିଁ ବୋଲି ତାଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧରେ ସୂଚନା ଦେଇ ଦିଲ୍ଲୀ ସ୍ଥିତ ସେନା ଡାକ୍ତରଖାନା ପକ୍ଷରୁ ସୂଚନା ଦିଆଯାଇଛି। ମସ୍ତିଷ୍କ ଅସ୍ତ୍ରୋପଚାର ପରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ସୁଧାର ପରିଲକ୍ଷିତ ହୋଇନଥିଲା। ସେ କୋମାକୁ ଚାଲି ଯାଇଥିବା ବେଳେ ତାଙ୍କର ଶରୀରର ତାପମାତ୍ରା, ରକ୍ତଚାପ, ହୃଦସ୍ପନ୍ଦନ ଏବଂ ଶ୍ୱାସକ୍ରିୟା ସ୍ଥିର ରହିଥିବା ନେଇ ଚିକିତ୍ସା କରୁଥିବା ଡାକ୍ତର ସ୍ପଷ୍ଟ କରିଥିଲେ। ବର୍ତ୍ତମାନ ତାଙ୍କର କ୍ଲିନିକାଲ୍ ପାରାମିଟର ଏବଂ ଭିଟାଲ୍ ସ୍ଥିର ରହିଥିବା ବେଳେ ସେ ନିରନ୍ତର ଭେଣ୍ଟିଲେଟର ସହାୟତାରେ ଅଛନ୍ତି। ସେନା ଡାକ୍ତରଖାନାର ବିଶେଷଜ୍ଞ ତାଙ୍କ ସ୍ବାସ୍ଥ୍ୟବସ୍ଥା ଉପରେ ତୀକ୍ଷ୍ନ ନଜର ରଖିଛନ୍ତି। ତେବେ ପ୍ରଣବଙ୍କ ସ୍ବାସ୍ଥ୍ୟବସ୍ଥାରେ ପୂର୍ବଅପେକ୍ଷା ସୁଧାର ଆସିଛି।

- Advertisement -

ପ୍ରଣବଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିଥିବା ନେଇ ତାଙ୍କ ପୁଅ ଅଭିଜିତ ମୁଖାର୍ଜୀ ଟ୍ବିଟ କରି ସୂଚନା ଦେଇଛନ୍ତି।  ପୂର୍ବ ତୁଳନାରେ ବର୍ତ୍ତମାନ ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ଥିବା ରବିବାର ଦିନ କହିଛନ୍ତି ତାଙ୍କ ପୁଅ ଅଭିଜିତ ମୁଖାର୍ଜୀ । ଅଭିଜିତ ଟ୍ବିଟ କରି ଲେଖିଛନ୍ତି “ଗତକାଲି ମୁଁ ବାପାଙ୍କୁ ଦେଖା କରିବାକୁ ହସ୍ପିଟାଲ୍ ଯାଇଥିଲି । ଭଗବାନଙ୍କ କୃପା ଓ ଆପଣ ମାନଙ୍କ ଶୁଭେଚ୍ଛା ଫଳରେ ତାଙ୍କର ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ହେଉଛି । ତାଙ୍କର ଭାଇଟାଲ୍ ପାରାମିଟର ସ୍ଥିର ରହିଛି ଏବଂ ଚିକିତ୍ସା ଦ୍ୱାରା ସ୍ଥିତିରେ ସୁଧାର ଆସୁଛି । ସେ ଆମ ସହ ଖୁବ୍ ଶୀଘ୍ର ଫେରିବେ ବୋଲି ଆମେ ଆଶା କରୁଛୁ”।


ସୂଚନାଯୋଗ୍ୟ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଗତ ଅଗଷ୍ଟ ୧୦ରେ ଦିଲ୍ଲୀରେ ଥିବା ଆର୍ମି ରିସର୍ଚ୍ଚ ଏବଂ ରେଫରାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ଭର୍ତ୍ତି କରାଯିବା ପରେ ପ୍ରଣବଙ୍କ ମସ୍ତିଷ୍କ ରକ୍ତ ଜମାଟ ବାନ୍ଧିଥିବା ଜଣାପଡିବା ପରେ ତାଙ୍କ ମସ୍ତିଷ୍କ ଅସ୍ତ୍ରୋପଚାର କରାଯାଇଥିଲା। ଏହା ପୂର୍ବରୁ ତାଙ୍କର କୋଭିଡ ପରୀକ୍ଷଣ କରାଯାଇ ଥିବା ବେଳେ ସେ ପଜିଟିଭ ଚିହ୍ନଟ ହୋଇଥିଲେ। କରୋନା ପଜିଟିଭ୍ ଚିହ୍ନଟ ହେବାପରେ ପ୍ରଣବ ମୁଖାର୍ଜୀ ଟ୍ବିଟ କରି ସୂଚନା ଦେଇଥିଲେ ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories