www.samajalive.in
Tuesday, December 9, 2025
16.1 C
Bhubaneswar

୫୦ ହଜାର ଟପିଲା ଦେଶର ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ୫୭,୯୮୨ ଆକ୍ରାନ୍ତ ଚିହ୍ନଟ, ୯୪୧ ମୃତ

ନୂଆଦିଲ୍ଲୀ : ଦେଶରେ ୫୦ ହଜାର ଟପିଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୯୪୧ ମୁଣ୍ଡ ନେଇଛି କରୋନା । ମୃତ୍ୟୁସଂଖ୍ୟା ୫୦ ହଜାର ୯୨୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୭ ହଜାର ୯୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ଫଳରେ ଦେଶର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬ ଲକ୍ଷ ୪୭ ହଜାର ୬୬୪ ରହିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି ।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଦେଶରୁ  ୨୬ ଲକ୍ଷ ୪୭ ହଜାର ୬୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୯ ଲକ୍ଷ ୧୯ ହଜାର ୮୪୩ ଜଣ ଚିକିିତ୍ସାପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୫୦ ହଜାର ୯୨୧ ଜଣଙ୍କର ମୃତ୍ୟୁ ହୋଇଛି,ସେହିପରି ବର୍ତ୍ତମାନ ସୁଦ୍ଧା ୬ ଲକ୍ଷ ୭୬ ହଜାର ୯୦୦ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଥିବା ବେଳେ ଆଜି ଏହି ସଂଖ୍ୟା କମ ରହିଛି। ଗତକାଲିଠାରୁ ଆଜି ମୃତ୍ୟୁ ସଂଖ୍ୟା ଏବେ ଆକ୍ରାନ୍ତଙ୍କ ସଂଖ୍ୟା କମ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories