www.samajalive.in
Monday, December 8, 2025
24.1 C
Bhubaneswar

ଆଜିଠୁ ବଢ଼ିବ ବର୍ଷା

ଭୁବନେଶ୍ବର: ଉତ୍ତର ଛତିଶଗଡ଼ ଉପରେ ଏକ ଲଘୁଚାପ ସକ୍ରିୟ ଥିବା ବେଳେ ୧୯ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ଅଛି। ଏହାର ପ୍ରଭାବରେ ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ତେବେ ତିନିଦିନ ବର୍ଷା ପରେ ଆଜି ବର୍ଷା ପରିମାଣ ଅନେକାଂଶରେ ହ୍ରାସ ପାଇଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଛତିଶଗଡ଼ ଉପରେ ଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ କ୍ରମଶଃ ଦୁର୍ବଳ ହେବାର ସମ୍ଭାବନା ଅଛି। ସେହିପରି ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅଧିକ ସକ୍ରିୟ ହୋଇ ପଶ୍ଚିମ ଦିଗକୁ ଗତି କରିବ। ଆସନ୍ତା କାଲି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ବରଗଡ଼, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ଅଧିକ ଜିଲାରେ ବର୍ଷା ହେବ। ବୁଧବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଜିଲାରେ ପ୍ରବଳରୁ ଅତି ପ୍ରବଳ ଏବଂ ଢ଼େଙ୍କାନାଳ, କଟକ, ଅନୁଗୋଳ, କଟକ, ଭଦ୍ରକ, ଯାଜପୁର ଓ ସୁନ୍ଦରଗଡ଼ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୨ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ଆସିବ। ୧୯ରୁ ୨୦ ତାରିଖ ମଧ୍ୟରେ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଆଜି ସଂଧ୍ୟା ସୁଦ୍ଧା ସର୍ବାଧିକ ୭୩ ମିମି ବର୍ଷା ହୋଇଥିବା ବେଳେ କୋରାପୁଟରେ ୧୫.୮ ମିମି, କଟକରେ ୧୫.୬ ମିମି, ଟିଟିଲାଗଡ଼ରେ ୧୨ ମିମି, ସୁନ୍ଦରଗଡ଼ରେ ୮ ମିମି ବର୍ଷା ହୋଇଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories