www.samajalive.in
Tuesday, December 9, 2025
23.1 C
Bhubaneswar

ରାଜ୍ୟରୁ ଆଜି ଆଉ ୨୨୩୯ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୪୧୯

ଭୁବନେଶ୍ଵର : ରାଜ୍ୟରୁ ଆଜି ଆଉ ୨୨୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମଙ୍ଗଳବାର ଚିହ୍ନଟ ୨୨୩୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୪୧୬ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୮୨୩ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଈ ରାଜ୍ୟର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୪ ହଜାର ୫୩୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୧୯ ଜଣ ରହିଥିବା ବେଳେ ଗଞ୍ଜାମରୁ ୨୪୬, କଟକରୁ ୧୧୭, ବାଲେଶ୍ଵର ୧୩୦,ନୟାଗଡରୁ ୧୪୭, ରାୟଗଡାରୁ ୧୨୦, କୋରାପୁଟରୁ ୯୧, କନ୍ଧାମାଳରୁ ୯୦,ମୟୂରଭଞ୍ଜରୁ ୮୦, ,କେନ୍ଦୁଝରରୁ ୭୨,ଯାଜପୁରରୁ ୭୫, ମାଲକାନଗିରିରୁ ୫୫, ପୁରୀରୁ ୪୦, ସୁନ୍ଦରଗଡରୁ ୬୪, ସୋନପୁରରୁ ୨୪, ସମ୍ବଲପୁରରୁ ୫୩, ନୂଆପଡାରୁ ୮, ନବରଙ୍ଗପୁରରୁ ୧୪, କେନ୍ଦ୍ରପଡାରୁ ୭, କଳାହାଣ୍ଡିରୁ ୨୧, ଝାରସୁଗୁଡାରୁ ୧୩, ଜଗତସିଂହପୁରରୁ ୨୬, ଗଜପତି ୪୨, ଢେଙ୍କାନାଳରୁ ୩୬, ବୋଦ୍ଧରୁ ୫୩,ବଲାଙ୍ଗୀରରୁ ୬୬,ଭଦ୍ରକ ୭୩,ବରଗଡରୁ ୫୧ ଓ ଅନୁଗୁଳରୁ ୬ ଜଣ ରହିଛନ୍ତି ।

- Advertisement -


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୧୦ ଲକ୍ଷ ୯ ହଜାର ୪୫୪ ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୬୪ ହଜାର ୫୩୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୩ ହଜାର ୭୭୯ ଜଣ ସୁସ୍ଥ ହୋଇଥିବା ବେଳେ ୩୬୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୫୪ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୨୦ ହଜାର ୩୩୯ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Hot this week

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

Related Articles

Popular Categories