www.samajalive.in
Sunday, December 7, 2025
15.1 C
Bhubaneswar

କୋଭିଡ ମୁକାବିଲା: ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲା ଲାଗି ସ୍ବତନ୍ତ୍ର ରଣନୀତି

ରାଜ୍ୟର କୋଭିଡ଼ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ସପ୍ତାହକ ମଧ୍ୟରେ ଦୈନିକ ପରୀକ୍ଷଣ ସଂଖ୍ୟା ୫୦ହଜାରକୁ ବୃଦ୍ଧି

ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୧୦୯୬ ପରୀକ୍ଷା ଦେଶରେ ସର୍ବାଧିକ

ଆସନ୍ତା ସପ୍ତାହରେ କୋରାପୁଟରେ ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ବର: କୋଭିଡ଼-୧୯ ମୁକାବିଲା ନିମନ୍ତେ ଖୋର୍ଧା, କଟକ, ସୁନ୍ଦରଗଡ଼ ଓ ରାୟଗଡ଼ା ନିମନ୍ତେ ଅଞ୍ଚଳଭିତ୍ତିକ ଭିନ୍ନଭିନ୍ନ ରଣନୀତି ଅବଲମ୍ବନ କରାଯିବ । ଯାହା ଫଳରେ ଏହି ଅଞ୍ଚଳଗୁଡ଼ିକରେ ଆସନ୍ତା ସପ୍ତାହ ମଧ୍ୟରେ ସଂକ୍ରମଣ ଉପରେ ଅଙ୍କୁଶ ଲଗାଯାଇ ପାରିବ । ରାଜ୍ୟ ସରକାର ଏ ସମ୍ପର୍କରେ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସିଂ ଜରିଆରେ ଏହି ଅଞ୍ଚଳର କୋଭିଡ଼ ସଂକ୍ରମଣ ଓ ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ଅନୁଧ୍ୟାନ କରି ଅଞ୍ଚଳଭିତ୍ତିକ ରଣକୌଶଳ (Location Specific Strategy) ଗ୍ରହଣ କରିବାକୁ ନିର୍ଦେଶ ଦେଇଛନ୍ତି ।

ସମ୍ପ୍ରତି  ପ୍ରତି ୧୦ ଲକ୍ଷ ସଂଖ୍ୟାରେ ୧୦୯୬ ଟେଷ୍ଟ କରି ଓଡିଶା ଜାତୀୟ ସ୍ତରରେ ଦୈନିକ ସର୍ବାଧିକ ଟେଷ୍ଟ କରୁଥିବା ରାଜ୍ୟରେ ପରିଗଣିତ ହୋଇଛି । ଏହାସହିତ ସପ୍ତାହ ମଧ୍ୟରେ ଦୈନିକ ଟେଷ୍ଟ ସଂଖ୍ୟା ୫୦ ହଜାରକୁ ବୃଦ୍ଧି ପାଇଛି । ଏହା ଉପରେ ସନ୍ତୋଷ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ବିଭାଗ, ସମସ୍ତ ଜିଲ୍ଲାପାଳ ଓ ସେମାନଙ୍କ ଟିମ୍‌ ତଥା ସମସ୍ତ ଡାକ୍ତର ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ଓ ଏହା ଜାରି ରଖିବା ପାଇଁ ସେ ପରାମର୍ଶ ଦେଇଥିଲେ । ରାଜ୍ୟରେ କୋଭିଡରେ ମୁକାବିଲା ପାଇଁ ୫୦ ଲକ୍ଷରୁ ଅଧିକ ଲୋକ ଟ୍ରେନିଂ ପାଇଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିରେ ପଞ୍ଚାୟତିରାଜ ପ୍ରତିନିଧି, ସ୍ବୟଂ ସହାୟକ ଗୋଷ୍ଠୀ, କୋଭିଡ କମିଟି ସଦସ୍ୟ ଏବଂ ଆହୁରି ଅନେକ ଅନ୍ତର୍ଭୁକ୍ତ ଅଛନ୍ତି। ଏହା ବାସ୍ତବରେ ଏକ ବଡ ସଫଳତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସେହିପରି ରାଜ୍ୟରେ ଦୈନିକ ପରୀକ୍ଷଣ ସଂଖ୍ୟା ୫୦ ହଜାରରେ ପହଞ୍ଚି ଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରି ଏହି ଧାରା ବଜାୟ ରଖିବା ପାଇଁ କହିଥିଲେ। ଏଥିପାଇଁ  ଆବଶ୍ୟକୀୟ ଟେଷ୍ଟ କିଟ୍ର  ଉତ୍ତମ ରୂପେ ପରିଚାଳନା କରିବା ପାଇଁ ସେ ପରାମର୍ଶ ଦେଇଥିଲେ।  ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ। ରାଜ୍ୟରେ କୋଭିଡ ମୃତ୍ୟୁ ହାର କମ୍‌ ରହିଛି । ଏହାକୁ ଆହୁରି କମ୍‌ କରିବା ଦିଗରେ ନିରନ୍ତର ଉଦ୍ୟମ ଜାରି ରହିବା ଆବଶ୍ୟକ ବୋଲି ସେ କହିଥିଲେ। ବିଭିନ୍ନ କର୍ପୋରେଟ୍‌ କ୍ଷେତ୍ର ଓ ଅନ୍ୟାନ୍ୟ ସଂସ୍ଥା ଦ୍ବାରା ସ୍ଥାପନ କରାଯାଉଥିବା କୋଭିଡ଼ କେୟାର ସେଣ୍ଟର ଆହୁରି ଅଧିକ ସଂଖ୍ୟାରେ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଥିଲେ।
ପ୍ଲାଜମାଦାତା ମାନଙ୍କର ମହାନ କାର୍ଯ୍ୟକୁ ସ୍ବୀକୃତି ଦେଇ ସେମାନଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରିବାପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ଲାଜମା ସଂଗ୍ରହ ଓ ପ୍ରୟୋଗ ପ୍ରଣାଳୀରେ ଆହୁରି ଉନ୍ନତି ଆଣିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ । କୋଭିଡ ହସ୍‌ପିଟାଲରେ କାମ କରୁଥିବା କୋଭିଡ ଯୋଦ୍ଧା ଓ ରୋଗୀ ମାନଙ୍କ ସହିତ ସିଧାସଳଖ ଫୋନ୍‌ ଯୋଗେ ଆଲୋଚନା କରି ସେମାନଙ୍କ ଠାରୁ ସବିଶେଷ ସୂଚନା ସଂଗ୍ରହ କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପର୍ଯ୍ୟବେକ୍ଷକ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ବର୍ତ୍ତମାନ ସୁଦ୍ଧା ୫ଟି ପ୍ଲାଜମା ଥେରାପି ୟୁନିଟ୍ ସ୍ଥାପିତ ହୋଇଛି।   କୋରାପୁଟ ମେଡିକାଲ କଲେଜରେ ଆଉ ଏକ ପ୍ଲାଜମା ବ୍ୟାଙ୍କ ସ୍ଥାପନ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ। ଏହା ଆସନ୍ତା ସପ୍ତାହ ସୁଦ୍ଧା ସ୍ଥାପନ କରାଯିବ ବୋଲି ଜଣାଯାଇଛି।

- Advertisement -

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ ମହାପାତ୍ର ରାଜ୍ୟରେ କୋଭିଡ ମୁକାବିଲା ସଂପର୍କରେ ଏକ ବିସ୍ତୃତ ଉପସ୍ଥାପନା କରିଥିଲେ। ବାଲେଶ୍ବର, ମୟୁରଭଞ୍ଜ ଓ ଭଦ୍ରକର କୋଭିଡ ରୋଗୀମାନଙ୍କ ଚିକିତ୍ସା ପାଇଁ ବାଲେଶ୍ବରରେ ଏକ ପ୍ଲାଜମା ସଂରକ୍ଷଣ ୟୁନିଟ୍ ସ୍ଥାପନ କରାଯାଇଛି ବୋଲି ସେ ସୂଚନା ଦେଇଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ପି.କେ. ଜେନା ମଧ୍ୟ କୋଭିଡ ପରିଚାଳନା ସଂପର୍କରେ ତଥ୍ୟ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର, ଗୃହ ବିଭାଗର ପ୍ରମୁଖ ସଚିବ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏବଂ ବିଭିନ୍ନ ଜିଲ୍ଲାର ପର୍ଯ୍ୟବେକ୍ଷକମାନେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଲୋଚନା ସଂଚାଳନା କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories