ଭୁବନେଶ୍ବର: ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୧ ଟି ମାମଲା ଦାୟର କରାଯାଇଛି। ସେଥିମଧ୍ୟରୁ ୯ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ ୨ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ଅଟେ। ୨୩ ଜଣଙ୍କୁ ବିଭିନ୍ନ ଅଭିଯୋଗରେ ଗିରଫ କରାଯାଇଛି। ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୧୦,୦୯,୪୫୪ ଟି ନମୁନା କୋଭିଡ୍-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୬୪,୫୩୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୪୫,୩୧୪ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ଆଜିର ସୁସ୍ଥ ସଂଖ୍ୟା-୧୫୩୫ ହୋଇଥିବାବେଳେ ୩୬୨ ଜଣ କୋଭିଡ୍-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୮,୮୦୪ ରହିଛି। ୨୦,୩୩୯ ଜଣ ହସ୍ପିଟାଲ୍ ଆଇସୋଲେସନ୍ରେ ରହିଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Popular Categories



