www.samajalive.in
Thursday, December 11, 2025
14.1 C
Bhubaneswar

ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ : ପାସ ହାର ୭୪.୯୫%

 

ଭୁବନେଶ୍ବର :  ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି।ପାସ ହାର ୭୪.୯୫ ପ୍ରତିଶତ ରହିଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି। ଚଳିତ ବର୍ଷ ରାଜ୍ୟରେ ମୋଟ ୨୫,୭୭୨ ଜଣ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୯,୩୧୮ ଜଣ ପାସ କରିଛନ୍ତି । ୧୨,୨୧୫ ଜଣ ଛାତ୍ର ପାସ କରିଛନ୍ତି। ସେହିପରି ୭.୧୦୩ ଜଣ ଛାତ୍ରୀ ପାସ କରିଛନ୍ତି। ନୟାଗଡ଼ ଜିଲ୍ଲାରେ ସର୍ବାଧିକ ୮୮. ୭୦ ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଛନ୍ତି ଏବଂ ଏହି ଜିଲ୍ଲା ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଛି। ଦେବଡ଼ ଜିଲ୍ଲାରେ ସର୍ବନିମ୍ନ ୩୪.୧୭ ପ୍ରତିଶତ ପାସ ହାର ରହିଛି। ରାଜ୍ୟରେ ଚଳିତ ବର୍ଷ ପୂର୍ବ ବର୍ଷ ଅପେକ୍ଷା ୪.୬୯ ପ୍ରତିଶତ ପାସ ହାର ବୃଦ୍ଧି ପାଇଛି।

- Advertisement -

ଛାତ୍ରଛାତ୍ରୀମାନେ www.orissaresults.nic.in  ୱେବସାଇଟରୁ ସେମାନଙ୍କ ଫଳାଫଳ ଜାଣିପାରିବେ। ତେବେ ଫଳାଫଳ ନେଇ କୌଣସି ଅସୁବିଧା ହେଲେ 0674-2300914 ଓ 0674-2300907ରେ ଫୋନ୍ କରିପାରିବେ।

ତେବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟର ଖାତା ରିଚେକିଂ ଅଗଷ୍ଟ ୨୧ ରୁ ସେପ୍ଟେମ୍ବର ୯ ପର୍ଯ୍ୟନ୍ତ ଚାଲିବ ବୋଲି ମନ୍ତ୍ରୀ କହିଛନ୍ତି।

Hot this week

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ...

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

Related Articles

Popular Categories