www.samajalive.in
Wednesday, December 10, 2025
26.1 C
Bhubaneswar

କରୋନା ଆରୋଗ୍ୟ ହାର ୭୪.୩୦% : ସକ୍ରିୟ ମାମଲା ୭ଲକ୍ଷର ନିକଟତର

ନୂଆଦିଲ୍ଲୀ : ଦେଶରେ କରୋନା ଜନିତ ଆରୋଗ୍ୟ ହାର ବୃଦ୍ଧି ପାଇ ଶୁକ୍ରବାର ଏହା ୭୪.୩୦ ପ୍ରତିଶତରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୨ ହଜାର ୨୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆଜି ସୁଦ୍ଧା ୨୧ ଲକ୍ଷ ୫୮ ହଜାର ୯୪୫ ଜଣ କରୋନା ଭୂତାଣୁ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଥିବା ଜଣାପଡିଛି।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୮ ହଜାର ୮୯୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଏହି ସଂଖ୍ୟା ୨୯ ଲକ୍ଷ ୫ ହଜାର ୮୨୩କୁ ବୃଦ୍ଧି ପାଇଛି।ଗୋଟିଏ ଦିନରେ ଏହି ସଂକ୍ରମଣରେ ୯୮୩ ଜଣ ପ୍ରାଣ ହରାଇବା ପରେ ସବୁଦାୟ ମୃତ୍ୟୁସଂଖ୍ୟା ୫୪ ହଜାର ୮୪୯କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ଯେ, ଦେଶର ବିଭିନ୍ନ ସ୍ୱତନ୍ତ୍ର କୋଭିଡ୍‍ ହସ୍ପିଟାଲରେ ୬ଲକ୍ଷ  ୯୨ ହଜାର ୨୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଦେଶରେ କରୋନା ଜନିତ ମୃତ୍ୟୁହାର ମଧ୍ୟ ହ୍ରାସ ପାଉଛି। ଏବେ ଏହି ହାର
୧. ୮୯ ପ୍ରତିଶତ ରହିଛି।
ଅନ୍ୟ ପକ୍ଷରେ ଦେଶରେ କରୋନା ନମୁନା ପରୀକ୍ଷା ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୯ ଲକ୍ଷ କରୋନା ନମୁନା ପରୀକ୍ଷା କରାଯାଇଛି। ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ପରାମର୍ଶ ଅନୁଯାୟୀ ପ୍ରତି ୧୦ ଲକ୍ଷରେ ୧୪୦ରୁ ଅଧିକ ନମୁନା ପରୀକ୍ଷା କରାଯାଉଥିବା ମନ୍ତ୍ରଣାଳୟ ସ୍ପଷ୍ଟ କରିଛି।

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories