www.samajalive.in
Saturday, December 6, 2025
19.1 C
Bhubaneswar

ଆଜି ନୂଆଁଖାଇ : ମା’ ସମଲେଶ୍ୱରୀଙ୍କୁ ଲାଗି ହେଲା ନବାନ୍ନ

ସମ୍ବଲପୁର : ଆଜି ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ନୂଆଁଖାଇ। ନୂଆଁଖାଇ ପାଇଁ ପଶ୍ଚିମ ଓଡିଶାର ପୁର ପଲ୍ଲୀରେ ଆନନ୍ଦ ଓ ଉତ୍ସାହର ମାହୋଲ । ଏହି ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ ଭୋଗ। ନୂଆଁଖାଇକୁ ନବାନ୍ନ ଭାବେ ମଧ୍ୟ ଜଣାଯାଏ । ପାରମ୍ପରିକ ନୀତିରେ ଧାର୍ଯ୍ୟ ଲଗ୍ନ ୯ଟା ୩୫ରୁ ୯ଟା ୫୦ ମଧ୍ୟରେ ଲାଗି ହେଲା ନବାନ୍ନ। କରୋନା କଟକଣା ପାଇଁ ଏଥର ଶ୍ରଦ୍ଧାଳୁମାନେ ମା’ ସମଲେଇଙ୍କ ଦର୍ଶନ କରି ପୂଜାର୍ଚ୍ଚନା କରିବାର ସୁଯୋଗରୁ ବଞ୍ଚିତ ହୋଇଛନ୍ତି। ସେହିପରି ପଶ୍ଚିମଓଡିଶାର ଅନ୍ୟ ପ୍ରମୁଖ ଦୈବୀପୀଠ ପାଟଣେଶ୍ୱରୀ , ସୁରେଶ୍ୱରୀ ଓ ଲଙ୍କେଶ୍ୱରୀ ମନ୍ଦିରରେ ଆଜି ନବାନ୍ନ ଲାଗି ହେଉଛି। ଏହା ପରେ ଘରେଘରେ ଆରମ୍ଭ ହୋଇଛି ନୂଆଖାଇ ଜୁହାର। ଡିଜିଟାଲ୍ ପ୍ଲାଟଫର୍ମରେ ମା’ଙ୍କ ଆଳତି ଦର୍ଶନ କଲେ ଶ୍ରଦ୍ଧାଳୁ। ଏହି ପର୍ବ ପାଞ୍ଜି ଅନୁସାରେ ଭାଦ୍ରକ ଶୁକ୍ଲ ପକ୍ଷ ପଞ୍ଚମୀ ତିଥିରେ(ଗଶେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories