www.samajalive.in
Tuesday, December 9, 2025
26.1 C
Bhubaneswar

ଭୁବନେଶ୍ବରରେ ଆଜି ପୁଣି ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୧୭୦

ଭୁବନେଶ୍ବର: ଆଚାର୍ଯ୍ୟ ବିହାରରୁ ୧୨ ଜଣ, ସାଲିଆ ସାହି ଓ ରିଜର୍ଭ ପୁଲିସରୁ ୯ ଜଣଙ୍କ ସମେତ ଆଜି ଭୁବନେଶ୍ବରରେ ପୁଣି ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୨୦୨ଜଣ ଓ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୧୧୧ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଭୁବନେଶ୍ବରରେ ୧୭୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି।
କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଜଣ (ରଙ୍ଗନାଥ ବସ୍ତିର ୩୮ ବର୍ଷୀୟ ମହିଳା ଦିଲ୍ଲୀ ଯାଇଥିଲେ)ଙ୍କର ଯାତ୍ରା ବିବରଣୀ ଥିବା ବେଳେ ଅନ୍ୟମାନେ ପୂର୍ବରୁ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ନୀଳକଣ୍ଠ ନଗର, କଳିଙ୍ଗନଗର, ବ୍ରହ୍ମେଶ୍ୱରପାଟଣାରୁ ୬ ଜଣ ଲେଖାଏଁ, ଏକ ଘରୋଇ ହସ୍‌ପିଟାଲରୁ ୫ ଜଣ, ଚିନ୍ତାମଣିଶ୍ୱରରୁ ୫ ଜଣ, ଝାରପଡ଼ା ଆର୍ଶୀବାଦ ବିହାରରୁ ୪ ଜଣ ଅଗ୍ନିଶମ ବିଭାଗରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ହଜାର ୩୩୨ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ସକ୍ରିୟ କେସ୍ ୨ ହଜାର ୯୦୧ ରହିଛି । ସେହିଭଳି ୪ ହଜାର ୩୮୯ ଜଣ ସୁସ୍ଥ ହୋଇଥିବାବେଳେ ୩୩ ଜଣଙ୍କର ମୃତ୍ୟୁ ହୋଇଛି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories