www.samajalive.in
Wednesday, December 10, 2025
18.1 C
Bhubaneswar

ବଢ଼ିବ ବର୍ଷାର ବେଗ, ବନ୍ୟା ଆଶଙ୍କା ନାହିଁ

ଭୁବନେଶ୍ବର: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଗୁଚାପ ପ୍ରଭାବରେ ଗତକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ଆଜି ପ୍ରବଳ ବର୍ଷା ହେବ। ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋର୍ତିମୟ ରଥ କହିଛନ୍ତି ଯେ ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିଲେ ମଧ୍ୟ ବନ୍ୟା ଆଶଙ୍କା ନାହିଁ। ନଦୀବନ୍ଧ ସ୍ଥିର ରହିଛି। ନଦୀଗୁଡ଼ିକରେ ପ୍ରବାହିତ ଜଳସ୍ତର ଯଥେଷ୍ଟ ତଳେ ରହିଛି। ଅଧିକାଂଶ ନଦୀ ବିପଦ ସଙ୍କେତ ତଳେ ରହିଛି। ତେଣୁ ଉପରମୁଣ୍ଡରେ ବର୍ଷା ଲାଗି ରହିଲେ ମଧ୍ୟ ବନ୍ୟା ଆଶଙ୍କା ନାହିଁ। ଝାଡ଼ଖଣ୍ଡରେ ବର୍ଷା ସମ୍ଭାବନା ଥିବାରୁ ସୁବର୍ଣ୍ଣରେଖା ନଦୀ ଫୁଲିପାରେ। ଉପରମୁଣ୍ଡରେ ଅଧିକ ବର୍ଷା ସମ୍ଭାବନା ନଥିବାରୁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ। ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ବେଗ ବଢ଼ିପାରେ। ତେବେ ସବୁ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ଜଳ ସମ୍ପଦ ବିଭାଗ ପ୍ରସ୍ତୁତ ରହିଛି ବୋଲି ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋର୍ତିମୟ ରଥ ପ୍ରକାଶ କରିଛନ୍ତି।
ଲଗାଣ ବର୍ଷାକୁ ନଜରରେ ରଖି ସ୍ୱତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ରାଜ୍ୟର ସମସ୍ତ ଜିଲାପାଳଙ୍କୁ ସଜାଗ ରହିବାକୁ ନିର୍ଦେଶ ଜାରି କରିଛନ୍ତି। ପ୍ରବଳ ବର୍ଷାରେ ତଳିଆ ଅଞ୍ଚଳରେ ପାଣି ପ୍ରବେଶ କରିପାରେ ଏବଂ ଧନ ଜୀବନ ନଷ୍ଟ କରିପାବେ। କଚ୍ଚା ଘର ନଷ୍ଟ ହେବା ସହ ରାସ୍ତା ବିଚ୍ଛିନ୍ନ ହେବା ଆଶଙ୍କା ଅଛି । ଏହାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ପାଇଁ ଜିଲାପାଳମାନେ ପ୍ରସ୍ତୁତ ରହିବାକୁ ‌ଏସ୍‌ଆରସି ପ୍ରଦୀପ କୁମାର ଜେନା ପ୍ରକାଶ କରିଛନ୍ତି।
ସୋମବାର ସନ୍ଧ୍ୟା ସୁଦ୍ଧା ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ତେବେ ସୋମବାର ରାତିରେ ବର୍ଷା ବୃଦ୍ଧି ପାଇଥିଲା ଏବଂ ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଇଏମ୍‌ଡି ସତର୍କ କରାଇ ଦେଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଅନେକ ସ୍ଥାନରେ ୧୧୫ ମିମିରୁ ୨୦୦ ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଥିବାବେଳେ କେତେକ ସ୍ଥାନରେ ୨୦୫ ମିଲିମିଟରରୁ ଅଧିକ (ଅତି ପ୍ରବଳ ବର୍ଷା) ହୋଇପାରେ। ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ ଜିଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ବିଭାଗ ସୂଚନା ଦେଇଛି।
କୃଷି ପାଣିପାଗ ବିଜ୍ଞାନୀ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ କହିଛନ୍ତି ଯେ ଆସନ୍ତା ୨୮ ତାରିଖ ପର୍ୟ୍ୟନ୍ତ ବାଲେଶ୍ୱର, କେନ୍ଦୁଝର, ଯାଜପୁର, ମୟୂରଭଞ୍ଜ, ଦେବଗଡ଼ ଓ ଝାରସୁଗୁଡ଼ାରେ ସମୁଦାୟ ୧୦୦ ମିମିରୁ ଅଧିକ ବର୍ଷା ସମ୍ଭାବନା ଅଛି। ପଶ୍ଚିମ ସୀମାନ୍ତ ଜିଲାରେ କେତେକ ସ୍ଥାନରେ ୮୦ରୁ ୧୦୦ ମିମି ଓ ବାକି ଅଞ୍ଚଳରେ ୬୦-୮୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ।
ଅଗଷ୍ଟ ୨୫ ଓ ୨୬ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି। ଉତ୍ତର ସୀମାନ୍ତ ଓ ପଶ୍ଚିମ ସୀମାନ୍ତରେ ଭାରି ବର୍ଷା ହେବ। ସୁନ୍ଦରଗଡ଼ ଓ ସଂଲଗ୍ନ ଅଞ୍ଚଳରେ ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ହୋଇପାରେ। ଉପକୂଳ, କେନ୍ଦ୍ରୀୟ ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅଗଷ୍ଟ ୨୭ରେ ଉତ୍ତର ସୀମାନ୍ତ ଜିଲାଗୁଡ଼ିକରେ ବର୍ଷା କମିବ। ଅଗଷ୍ଟ ୨୮ରେ ସାରା ରାଜ୍ୟରେ ବର୍ଷା କମିବ।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories