www.samajalive.in
Wednesday, December 10, 2025
14.1 C
Bhubaneswar

ନିଟ୍‌ ଓ ଜେଇଇ ପରୀକ୍ଷା ଘୁଞ୍ଚାଯାଉ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ୍‌ଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ନିଟ୍‌ ଓ ଜେଇଇ ପରୀକ୍ଷା ତାରିଖ ଘୁଞ୍ଚାଯାଉ। ନିଟ୍‌ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଲେ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ୍‌ ନିଶଙ୍କଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଟ୍‌ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠିରେ  ଅନୁରୋଧ କରିଛନ୍ତି। କରୋନା ଯୋଗୁ ପରୀକ୍ଷା କେନ୍ଦ୍ରକୁ ଯାଇ ପରୀକ୍ଷା ଦେବା ନିରାପଦ ନୁହେଁ। ବିଭିନ୍ନ ସ୍ଥାନରେ ସଟ୍‌ଡାଉନ୍‌ ଓ ଲକ୍‌ଡାଉନ୍‌ ମଧ୍ୟ ଯାତାୟତରେ ସମସ୍ୟା ସୃଷ୍ଟି କରିବ। ଓଡ଼ିଶାର ଆଦିବାସୀ ଅଞ୍ଚଳର ଛାତ୍ରଛାତ୍ରୀଙ୍କ ପାଇଁ ନିଟ୍‌ ଓ ଜେଇଇ ପରୀକ୍ଷା ଦେବାରେ ସମସ୍ୟା ଦେଖାଦେବ। ଦୁର୍ଗମ ଅଞ୍ଚଳରୁ ଯାଇ ଦୂରରେ ପରୀକ୍ଷା ଦେବା ଅସୁବିଧା ହେବ। ଓଡ଼ିଶାର ୩୦ଟି ଜିଲାରେ ପରୀକ୍ଷା କେନ୍ଦ୍ର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠିଲେ ଉଲ୍ଲେଖ କରିଛନ୍ତି। ୩୦ଟି ଜିଲାରେ ପରୀକ୍ଷା କେନ୍ଦ୍ର ହେଲେ ଛାତ୍ରଛାତ୍ରୀମାନେ ୨/୩ଘଣ୍ଟାରେ ଯାଇ ଫେରିପାରିବେ। ତେଣୁ ଆସନ୍ତା ସେପ୍ଟେମ୍ବର ଦ୍ବିତୀୟ ସପ୍ତାହରେ ଅନୁଷ୍ଠିତ ହେବାକୁ ଥିବା ନିଟ୍‌ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବା ପାଇଁ ବୋଲି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories