www.samajalive.in
Thursday, December 11, 2025
23.1 C
Bhubaneswar

ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କୁ କରୋନା

ଗୁଆହାଟି : ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ତରୁଣ ଗୋଗୋଇ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ତରୁଣ ଗୋଗୋଇ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି। ତରୁଣ ଗୋଗୋଇ ଟ୍ବିଟ୍ କରି ଲେଖିଛନ୍ତି ଯେ, ଗତକାଲି ମୋର କରୋନା ରିପୋର୍ଟ ପଜିଟିଭ ଆସିଛି। ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ତୁରନ୍ତ କରୋନା ପରୀକ୍ଷା କରାଇନେବାକୁ ସେ ଅନୁରୋଧ କରିଛନ୍ତି।

ନିକଟରେ ତରୁଣ ଗୋଗୋଇ କହିଥିଲେ ଯେ, ଆସନ୍ତା ବର୍ଷ ଆସାମରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେବେ ମୋତେ ଖବରମିଳିଛି ଯେ ରଞ୍ଜନ ଗୋଗୋଇ ବିଜେପିର ପରବର୍ତ୍ତି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୋଇପାରନ୍ତି। ତାଙ୍କୁ ଆସାମର ଆଗାମୀ ମୁଖ୍ୟମନ୍ତ୍ରୀ ଭାବେ ଦଳ ମଇଦାନକୁ ଓହ୍ଲାଇବ।  ଅଯୋଧ୍ୟା ରାମ ମନ୍ଦିର ନିଷ୍ପତ୍ତିକୁ ନେଇ ବିଜେପି ଗୋଗୋଇଙ୍କ ଉପରେ ଖୁସି ଥିବାରୁୁ ତାଙ୍କୁ ଦଳରେ ସାମିଲ କରିବ ବୋଲି ତରୁଣ ଗୋଗୋଇ କହିଥିଲେ। ଯାହା ଚର୍ଚ୍ଚାର ବିଷୟ ହୋଇଥିଲା।

- Advertisement -

Hot this week

ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଯୁବକ

ଜୋରିମାନା ନେଉଛ, ଭଲ ରାସ୍ତା ଦିଅ ଭୁବନେଶ୍ବର : ଟ୍ରାଫିକ ନିୟମ ଉଲ୍ଲଘଂନକାରୀଙ୍କ...

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

Related Articles

Popular Categories